ମୁମ୍ବାଇ : ବଲିଉଡରେ ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ଗତ ରାତିରେ ନିଶ୍ବାସପ୍ରଶ୍ବାସ ନେବାରେ ସମସ୍ୟା ହେବା ଯୋଗୁଁ ତାଙ୍କୁ ମୁମ୍ବାଇର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ସୂଚନା ଅନୁସାରେ ଧର୍ମେନ୍ଦ୍ରଙ୍କୁ ନିଶ୍ବାସ ନେବାରେ ଅସୁବିଧା ହେବାରୁ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ତେବେ ବର୍ତ୍ତମାନ ଧର୍ମେନ୍ଦ୍ରଙ୍କ ଅବସ୍ଥା ସ୍ଥିର ରହିଛି । ଏବେ ଚିନ୍ତା କରିବାର କୌଣସି କଥା ନାହିଁ । ତାଙ୍କ ପାରାମିଟର ଠିକ୍ ରହିଛି ବୋଲି ଧର୍ମେନ୍ଦ୍ରଙ୍କ ଦେଖାଶୁଣା କରୁଥିବା ଡାକ୍ତର ଷ୍ଟାଫ କହିଛନ୍ତି । ୨୦୨୩ ମସିହାରେ ମୁକ୍ତିଲାଭ କରିଥିବା ରଣଭୀର ସିଂ ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ରକି ଔର ରାନୀ କି ପ୍ରେମ କାହାନୀ’ରେ ଏବଂ ‘ତେରି ବାତୋ ମେଁ ଐସା ଉଲଝା ଜିୟା’ରେ ମୁଖ୍ୟ ଭୂମିକାରେ ନଜର ଆସିଥିଲେ ।
Views: 69











