ଭୁବନେଶ୍ୱର : ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଟାର୍ଗେଟ । ସୋସିଆଲ ମିଡିଆ ‘ଏକ’୍ସ ରେ ପୋଷ୍ଟ କରି ଟାର୍ଗେଟ । ବିଶ୍ୱାସଘାତକତା କଣ ଏବେ ବୋଧେ ଛାମୁଙ୍କୁ ଲାଗିଲା । ନବୀନଙ୍କ ୨୪ ବର୍ଷର ବିଶ୍ୱାସଘାତର ଜବାବ ଦେବାକୁ ନୂଆପଡାବାସୀ ପ୍ରସ୍ତୁତ । ମିଶନ ଶକ୍ତିର ମହିଳାଙ୍କ ସହିତ ପ୍ରତି କଥାରେ ବିଶ୍ୱାସଘାତକତା ହୋଇଛି । ଏହାର ଜବାବ ସୁଭଦ୍ରା ଭଉଣୀ ମାନେ ଉପନିର୍ବାଚନରେ ନିଶ୍ଚୟ ଦେବେ । ନୂଆପଡା ବାସୀ ବିଜେପିଙ୍କୁ ହିଁ ବାଛିବେ , ପଦ୍ମ ଫୁଲରେ ଭୋଟ ଦେବେ । ଏଣେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ।ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରି କହିଛନ୍ତି, ମୋ ବାପା ରାଜେନ୍ଦ୍ର ଢୋଲକିଆ ଅସୁସ୍ଥ ଥିବା ବେଳେ ତାଙ୍କୁ ଫୋନ୍ କରିନଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ସହ ସଂଗ୍ରାମ କରୁଥିଲେ ତାଙ୍କୁ ଦେଖା କରିବା ତ ଦୂରର କଥା, ନବୀନ ଫୋନ୍ କରି ତାଙ୍କ କଥା ବୁଝିନଥିଲେ। ଏବେ ନିର୍ବାଚନ ପ୍ରଚାର ଲାଗି ନୂଆପଡ଼ା ଆସିପାରିଲେ, ହେଲେ ମୋ ବାପା ରାଜେନ୍ଦ୍ର ଢୋଲକିଆଙ୍କ ଏକାଦଶାହ କି ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇନଥିଲେ। ଏଥିରୁ ପ୍ରକୃତରେ ନବୀନ ବାବୁଙ୍କ ମନ୍ଦ ଉଦ୍ଦେଶ୍ୟ ଓ ତାଙ୍କ ରଣନୀତି ପଦାରେ ପଡ଼ିଛି। ଏକଥାକୁ ସମସ୍ତେ ବିଶେଷ କରି ନୂଆପଡ଼ାବାସୀ ବୁଝିପାରିଛନ୍ତି।
ନବୀନଙ୍କୁ ପ୍ରଭାତୀ ପରିଡାଙ୍କ ଟାର୍ଗେଟ ; କହିଲେ ‘ବିଶ୍ୱାସଘାତର ଜବାବ ସୁଭଦ୍ରା ଭଉଣୀ ଦେବେ’
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











