ଭୁବନେଶ୍ୱର : ବହୁ ଚର୍ଚ୍ଚତ ନବ ଦାସ ହତ୍ୟା ମାମଲା । ବ୍ରହ୍ମପୁରରେ ଗୋପାଳ ଦାସର ପରିବାରକୁ କ୍ରାଇମବ୍ରାଞ୍ଚର ପଚରାଉଚରା । ଗୋପାଳର ବଡ ଭାଇ ସହ ପୁତୁରାକୁ ପଚରାଉଚରା କଲା କ୍ରାଇମବ୍ରାଞ୍ଚ । ଗତକାଲି ଟାଉନ ଥାନାରେ ପଚରାଉଚରା କରିଥିବା ସୂଚନା । ଏ ନେଇ ଗୋପାଳଙ୍କ ପରିବାର ପକ୍ଷରୁ କୈାଣସି ପ୍ରତିକ୍ରିୟା ମିଳିପାରିନି । ଦୁଇଦିନ ଭିତରେ ୫ଜଣଙ୍କୁ ପଚରାଉଚରା କରାଯାଇଛି ଏବଂ ସେମାନଙ୍କ ବୟାନ ରେକର୍ଡ କରାଯାଇଛି । ଗୋପାଳଙ୍କ ଭାଇଙ୍କ ସତ୍ୟ ନାରାୟଣ ବୋଲି ଜଣାପଡିଥିବା ବେଳେ ସେ ଝାରସୁଗୁଡାରେ ହୋଟେଲ୍ କରିଥିଲେ । ଗୋପାଳଙ୍କ ଭାଇ ସତ୍ୟ ନାରାୟଣଙ୍କୁ ବ୍ରହ୍ମପୁର ଟାଉନ ଥାନାକୁ ଡାକି ପଚରାଉଚରା କରାଯାଇ ତାଙ୍କ ବୟାନ ରେକର୍ଡ କରାଯାଇଛି । ତେବେ ସତ୍ୟନାରାୟଣ ଝାରସୁଗୁଡ଼ାରେ ହୋଟେଲ କରିଥିଲେ । କିନ୍ତୁ ହତ୍ୟାକାଣ୍ଡ ପୂର୍ବରୁ ସେ ହୋଟେଲ ବନ୍ଦ କରିବା ସହ ଝାରସୁଗୁଡ଼ା ଛାଡ଼ିଦେଇଥିଲେ । ତେଣୁ ସତ୍ୟନାରାୟଣ ଏହି ହତ୍ୟାକାଣ୍ଡ ବାବଦରେ ପୂର୍ବରୁ ଖବର ପାଇଥିଲେ ବୋଲି ସନ୍ଦେହ କରାଯାଉଛି । ସେନେଇ ତାଙ୍କୁ ଘନଘନ ଜେରା କରାଯାଇଛି । ସେହିପରି ଗୋପାଳଙ୍କ ପୁତୁରା ପ୍ରଦୀପ ଦାସ ଏବଂ ପୁଅ ମନୋଜର ମଧ୍ୟ ବୟାନ ରେକର୍ଡ କରାଯାଇଛି । ତେଣୁ ତଦନ୍ତକାରୀ ଟିମ୍ ଏବେ ସେ ସବୁ ଦିଗକୁ ନେଇ ପୁଣି ଥରେ ପଚରାଉଚରା କରୁଛି ।
ନବ ଦାସ ହତ୍ୟା ଘଟଣା : ଗୋପାଳ ଭାଇ, ପୁତୁରାକୁ ପଚରାଉଚରା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











