The Ultimate Managed Hosting Platform
ADVERTISEMENT

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲଦଣ୍ଡାଦେଶ

Facebook
Twitter
LinkedIn

କଟକ : ଟକ ସ୍ୱତନ୍ତ୍ର ପୋକସୋ କୋର୍ଟ ଜନୈକା ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହିତ ଦୋଷୀକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି । ସଶ୍ରମ କାରାଦଣ୍ଡ ସହିତ ୫୦ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଜରିମାନା ଅନାଦେୟ ଅଧିକ ଦୁଇ ବର୍ଷ ଜେଲଦଣ୍ଡ ଭୋଗିବ ବୋଲି ନିର୍ଦ୍ଦେଶ ରହିଛି। ପିଡ଼ିତା କ୍ଷତିପୂରଣ ଆଇନ ଅନୁଯାୟୀ ପିଡ଼ିତାକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଜିଲ୍ଲା ଆଇନସେବା ପ୍ରାଧିକରଣ ଜରିଆରେ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅଭିଯୁକ୍ତ ୨୧ ବର୍ଷୀୟ ବିଘ୍ନେଶ୍ୱର ଦାସ କଟକ ସ୍ୱତନ୍ତ୍ର ପୋକସୋ କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଛି।ଗତ ଅକ୍ଟୋବର ୩୦ ତାରିଖରେ ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ଅଦାଲତ। ୧୪ ଜଣ ସାକ୍ଷୀଙ୍କ ବୟାନ ଓ ୨୬ ଟି ତଥ୍ୟ ପ୍ରମାଣ ଆଧାରରେ ପୋକସୋ କୋର୍ଟ ଏହି ଦଣ୍ଡବିଧାନ କରିଛନ୍ତି। ସ୍ୱତନ୍ତ୍ର ସରକାରୀ ଓକିଲ ରମେଶ ଚନ୍ଦ୍ର ମହାନ୍ତି ଓ ବିଶ୍ୱଜିତ ରାୟ ଏହି ମାମଲା ପରିଚାଳନା କରୁଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login