ଭୁବନେଶ୍ୱର : ଚାଷୀ ପଞ୍ଜୀକରଣ ପାଇଁ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର ।ଏଣିକି ନିଜସ୍ୱ ଘୋଷଣାନାମାରେ କରିହେବ ଚାଷୀ ପଞ୍ଜୀକରଣ । ଯୋଗାଣ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଖରିଫ ଧାନ ସଂଗ୍ରହ ପଞ୍ଜୀକରଣରେ ଦରକାର ହେଉଥିଲା ବଂଶାନୁକ୍ରମିକ ପ୍ରମାଣପତ୍ର । ପୂର୍ବରୁ ଖରିଫ ଋତୁ ଧାନ ସଂଗ୍ରହ ଏବଂ ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ସେ କହିଥିଲେ , ଗୋଟେ ବି ଚାଷୀ ପଞ୍ଜୀକରଣରୁ ବଞ୍ଚିତ ହେବେନି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଖରିଫ ଋତୁ ଧାନ ସଂଗ୍ରହ ନିମନ୍ତେ ଜାରି ପ୍ରକ୍ରିୟାର ଅବଧିକୁ ବୃଦ୍ଧି କରାଯାଇଛି । ଏହି ପଞ୍ଜୀକରଣ ପ୍ରକ୍ରିୟା ଗତ ଜୁଲାଇ ୧୯ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଏହା ଚଳିତ ମାସ ୨୦ ତାରିଖ ପର୍ୟ୍ୟନ୍ତ ଧାର୍ୟ୍ୟ କରାଯାଇଥିଲା । ମାତ୍ର ଚାଷୀମାନଙ୍କ ସ୍ବାର୍ଥ ଓ ଅନୁରୋଧ କ୍ରମେ ଏହି ଅବଧିକୁ ବୃଦ୍ଧି କରିଛନ୍ତି ସରକାର ।
Views: 63