ଭୁବନେଶ୍ୱର : ଓବିସି ସରଂକ୍ଷଣ ପ୍ରସଙ୍ଗରେ ବିଜେଡି ବିଧାୟକ ରାଜା ସ୍ୱାଇଁଙ୍କ ତେର୍ଚ୍ଛା ବାଣ । ନିଜ ଦଳକୁ ଟାର୍ଗେଟ କରି ବର୍ଷିଲେ ବିଧାୟକ ରାଜା ସ୍ୱାଇଁ । ଓସିବି କମିଶନ ଆମ ସରକାର ସମୟରେ ଗଠନ ହୋଇଥିଲା । ମୁୃଁ ବବିକୁ କହିଥିଲି ଏହାର ମେଥୋଡୋଲୋଜି ଭୁଲ ଅଛି ବୋଲି । ନିର୍ବାଚନ ପୂର୍ବରୁ ପ୍ରସଙ୍ଗ ଉଠାଇଥିଲେ ଚିତ୍ର କିଛି ଭିନ୍ନ ହୋଇଥାନ୍ତା । ଅନ୍ୟପଟେ ଓବିସି ପିଲାଙ୍କୁ ଶିକ୍ଷା କ୍ଷେତ୍ରରେ ୨୭ ପ୍ରତିଶତ ସଂରକ୍ଷଣ ଦାବିରେ ବିଜେଡିର ଆନ୍ଦୋଳନ। ରାଜଭବନ ଆଗରେ ବିଜେଡି ପକ୍ଷରୁ ଧାରଣା ଦିଆଯାଇଛି। ବିଜେପି ସରକାର ଉପରେ ଚାପ ସୃଷ୍ଟି କରିବା ପାଇଁ ରାସ୍ତାକୁ ଓହ୍ଲାଇଛି ବିଜେଡି। ଯାହାର ସଂଖ୍ୟା ଯେତେ ତାହାର ଭାଗ ସେତେ ନ୍ୟାୟରେ ଙଈଉଙ୍କୁ ୨୭ ପ୍ରତିଶତ ସଂରକ୍ଷଣ ପ୍ରଦାନ କରିବାକୁ ଦାବି କରି ଆସୁଛି ବିଜେଡି। କିଛି ଦିନ ତଳେ ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ଙଈଉଙ୍କୁ ୧୧.୨୫ ପ୍ରତିଶତ ସଂରକ୍ଷଣ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବିଜେଡି ଏଥିରେ ପ୍ରଶ୍ନ ଉଠାଇ କହିଛି, ଯେଉଁଠି ସିଟ ଖାଲି ପଡୁଛି, ସେଠି ସଂରକ୍ଷଣ ଦିଆଯାଇଛି। ଏଥିରେ କି ଫାଇଦା ମିଳିବ। ଓବିସି ଛାତ୍ରଛାତ୍ରୀଙ୍କୁ ମେଡିକାଲ, ଇଞ୍ଜିନିୟରିଂ କ୍ଷେତ୍ରରେ ସଂରକ୍ଷଣ କେବେ ବୋଲି ଦଳ ପକ୍ଷରୁ ପ୍ରଶ୍ନ କରାଯାଇଛି। ଓବିସିମାନଙ୍କୁ ଶିକ୍ଷା କ୍ଷେତ୍ରରେ ୨୭ ପ୍ରତିଶତ ସଂରକ୍ଷଣ ଦେବାକୁ ଦଳ ଦାବି କରିଛି । ବାରମ୍ବାର ଦାବି ହେଉଥିବା ବେଳେ, କେନ୍ଦ୍ର ସରକାର ଶୁଣୁନଥିବା ଦଳ ଅଭିଯୋଗ କରିଛି।
ନିଜ ଦଳକୁ ଟାର୍ଗେଟ କରି ବର୍ଷିଲେ ବିଧାୟକ ରାଜା ସ୍ୱାଇଁ
Facebook
Twitter
LinkedIn
Facebook
Twitter
LinkedIn
Recent News
୩ ଦିନ ପରେ ରାଜ୍ୟକୁ ଫେରିବ ଶୀତ
ଭୁବନେଶ୍ୱର : ବାତ୍ୟା ଡିଟୱାର ସିଧା ସଳଖ ପ୍ରଭାବ ଓଡ଼ିଶା ଉପରେ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା...
ରାସ୍ତା ମଝିରେ ଜଳିଗଲା ହାଇୱା
ଘଟଗାଁ : ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ହାଇୱା । କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଟାଙ୍ଗରିଆପାଳ ଗାଁ ନିକଟରେ ଏକ ହାଇୱାରେ ନିଆଁ ଲାଗିଯାଇଥିଲା...
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...











