The Ultimate Managed Hosting Platform
ADVERTISEMENT

ନିଜ ଦେଶର ନାଗରିକଙ୍କ ଉପରେ ଏୟାରଷ୍ଟ୍ରାଇକ କଲା ପାକିସ୍ତାନ

Facebook
Twitter
LinkedIn

ନୂଆଦିଲ୍ଲୀ : ବାଚିଳିଆମି କରୁଛି ପାକିସ୍ତାନ । ନିଜ ଦେଶରେ କଲା ଏୟାରଷ୍ଟ୍ରାଇକ୍ । ପାକିସ୍ତାନୀ ସେନା ନିଜ ନାଗରିକଙ୍କ ଉପରେ ଏୟାରଷ୍ଟ୍ରାଇକ୍ କରିବାରୁ ଶିଶୁ ଏବଂ ମହିଳା ସମେତ ୩୦ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି । ଖବର ମୁତାବକ, ପାକିସ୍ତାନୀ ବାୟୁସେନା ଭୋର ପ୍ରାୟ ୨ଟା ସମୟରେ ଖୈବର ପଖତୁନଖ୍ୱା ପ୍ରଦେଶର ତିରାହ ଉପତ୍ୟକାର ମତ୍ରେ ଦାରା ଗାଁରେ ଜେଏଫ୍-୧୭ ଲଢ଼ୁଆ ବିମାନରୁ ଅତି କମରେ ୮ଟି ଏଲଏସ-୬ ବୋମା ପକାଇଥିଲା । ଯେଉଁଥିରେ ୩୦ରୁ ଅଧିକ ନିରୀହ ନାଗରିକଙ୍କ ମୃତ୍ୟୁ ହୋଇଥିଲା । ୨୦ରୁ ଅଧିକ ଆହତ ହୋଇଛନ୍ତି । ତେବେ ପାକିସ୍ତାନ ସରକାର ଏହି ଆକ୍ରମଣ ସମ୍ପର୍କରେ ଏପର୍ୟ୍ୟନ୍ତ କୌଣସି ସରକାରୀ ବିବୃତ୍ତି ଜାରି କରିନାହାଁନ୍ତି । ସ୍ଥାନୀୟ ବାସିନ୍ଦା ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, ଗାଁର ଲୋକମାନେ ଶୋଇଥିବା ସମୟରେ ଜୋରରେ ବିସ୍ଫୋରଣର ଶବ୍ଦ ଶୁଭିଥିଲା । ଗାଁର ରାସ୍ତା ନଷ୍ଟ ହୋଇଯାଇଥିବାରୁ ଉଦ୍ଧାର ଏବଂ ରିଲିଫ୍ କାର୍ୟ୍ୟ ଅତ୍ୟନ୍ତ କଷ୍ଟକର ହୋଇଥିବା ଜଣାଯାଇଛି । ବୋମା ବିସ୍ଫୋରଣ ପରେ ଅନେକ ଲୋକ ଭଗ୍ନାବଶେଷ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login