The Ultimate Managed Hosting Platform
ADVERTISEMENT

ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ସଂସଦର ଉଭୟ ଗୃହ, ତୈଳଦର ବୃଦ୍ଧି ପ୍ରସଙ୍ଗରେ ବିତର୍କ ଚାହୁଁଥିଲେ ବିରୋଧୀ

Facebook
Twitter
LinkedIn

ଦିନକ ଆଗରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା ହୋଇଛି ଉଭୟ ଲୋକସଭା ଓ ରାଜ୍ୟସଭା। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ତୈଳଦର, ଦରଦାମ ବୃଦ୍ଧି ଓ ବିଜେପି ନେତା କିରୀଟ ସୋମାୟାଙ୍କ ନାଁରେ ଆସିଥିବା ୫୭ କୋଟି ଟଙ୍କାର ଦୁର୍ନୀତି କଥା ଉଠାଇଥିଲେ। ଏହାକୁ କେନ୍ଦ୍ର କରି ନାରାବାଜୀ ବଢ଼ିବାରୁ ଉଭୟ ଗୃହ ଅନିର୍ଦ୍ଦିଷ୍ଟକାଳ ପାଇଁ ମୁଲତବୀ ହୋଇଯାଇଛି। ଭାଜପା ନେତା ସୁଶୀଲ ମୋଦି କହିଥିଲେ ଯେ ୩୨ ବର୍ଷ ହେଲା କଶ୍ମୀର ପଣ୍ଡିତଙ୍କୁ ନ୍ୟାୟ ମିଳିନାହିଁ । ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଏସଆଇଟି ଗଠନ କରାଯାଉ ବୋଲି ସେ ଦାବି କରିଥିଲେ । ସେହିପରି ଲୋକ ସଭାରେ ଟିଏମସି ନେତା ସୁଦୀପ ବନ୍ଦୋପାଧ୍ୟାୟ ପେଟ୍ରୋଲ, ଡିଜେଲ ଏବଂ ଘରୋଇ ଗ୍ୟାସ ଦର ବୃଦ୍ଧି ପ୍ରସଙ୍ଗ ଉଠାଇଥିଲେ ।

ସୂଚନାଯୋଗ୍ୟ, ସଂସଦର ବଜେଟ ଅଧିବେଶନ ଜାନୁଆରୀ ୩୧ରୁ ଫେବୃଆରୀ ୧୧ ଯାଏ ଚାଲିଥିଲା। ଏହାପରେ ବଜେଟ ଅଧିବେଶନର ଦ୍ୱିତୀୟ ଭାଗ ମାର୍ଚ୍ଚ ୧୪ରୁ ଆରମ୍ଭ ହୋଇଥିଲା। ଏହା ଏପ୍ରିଲ ୮ ଯାଏ ଚାଲିବାକୁ ଧାର୍ଯ୍ୟ କରାଯାଇଥିଲା। କିନ୍ତୁ ଦିନକ ଆଗରୁ ଗୃହକୁ ମୁଲତବୀ କରି ଦିଆଯାଇଛି। ଏହି ଅଧିବେଶନରେ ବଜେଟ ପ୍ରକ୍ରିୟା ବ୍ୟତୀତ ଅପରାଧୀ ଚିହ୍ନଟ ବିଲ ଓ ଦିଲ୍ଲୀ ମ୍ୟୁନସିପାଲ କର୍ପୋରେସନ(ସଂଶୋଧନ) ବିଲ୍‌ ପାରିତ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login