ଭୁବନେଶ୍ୱର : ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ । ଲୋକସମ୍ପର୍କ ଅଧିକାରୀ ନିଲମ୍ବିତ । ଲୋକସମ୍ପର୍କ ଅଧିକାରୀ ତନୁଜା ମହାନ୍ତିଙ୍କୁ ନିଲମ୍ବନ କଲେ ନିର୍ବାଚନ କମିଶନ । ନୂଆପଡା ଉପନିର୍ବାଚନରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ । ନିଲମ୍ବନ ଅବଧି ମଧ୍ୟରେ ତନୁଜା ରାଜ୍ୟ ମୁଖ୍ୟାଳୟ ଭୁବନେଶ୍ୱରରେ ରହିବେ । ବିନା ଅନୁମତିରେ ମୁଖ୍ୟାଳୟ ନ ଛାଡିବାକୁ କମିଶନଙ୍କ ନିଦେ୍ର୍ଦଶ । ନଭେମ୍ବର ୧୧ରେ ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଉପ-ନିର୍ବାଚନ ହେବ। ଏଥିପାଇଁ ନିର୍ବାଚନ ଆଚରଣ ବିଧି ଲାଗୁ କରାଯାଇଛି। କେହି ଏହାକୁ ଉଲଂଘନ କଲେ କଡ଼ା କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ସ୍ପଷ୍ଟ କରିଥିଲେ ନିର୍ବାଚନ କମିସନ। ଏହା ସତ୍ତ୍ବେ ବି ଲୋକସମ୍ପର୍କ ଅଧିକାରୀ ତନୁଜା ମହାନ୍ତି ନିୟମ ଉଲଂଘନ କରିଥିବା ହେତୁ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଛି। ବିନା ଅନୁମତିରେ ସେ ମୁଖ୍ୟାଳୟ ଛାଡିବେ ପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି। ଏହା ସହ ସେ ପ୍ରତିଦିନ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକଙ୍କ ସମ୍ମୁଖରେ ରିପୋର୍ଟ କରିବେ।
ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ; ଲୋକ ସମ୍ପର୍କ ଅଧିକାରୀ ନିଲମ୍ବିତ
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











