ସମ୍ବଲପୁର : ସମ୍ବଲପୁରରେ ମା ସମଲେଇ ଦର୍ଶନ ପରେ ବର୍ଷିଲେ ହିମନ୍ତ ବିଶ୍ୱଶର୍ମା । ଓଡିଆ ଅସ୍ମିତା ଓ ସ୍ୱାଭିମାନକୁ ନେଇ ନିର୍ବାଚନ ଲଢାଯାଉଛି କହିଲେ । ଏଠି ଯେଉଁ ୫ଟି କଥା କୁହାଯାଉଛି , ଟି ଅର୍ଥ ହେଉଛି ତାମିଲନାଡୁ । ଏ ସରକାର ଓଡିଶାର ସମ୍ପତିକୁ ଆଉଟ ସୋର୍ସ କରିଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଚାବି ଲୁଚାଇ ରଖିଛନ୍ତି । ଓଡିଶାରେ ପାଣ୍ଡିଆନଙ୍କ ବିନା ସରକାରରେ କେହି ଦିଶୁ ନାହାନ୍ତି । ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି , ପାଣ୍ଡିଆନ ସବୁ କବଜା କରି ନେଇଛନ୍ତି । ନବୀନ ବାବୁଙ୍କୁ ବନ୍ଦୀ କରି ରଖାଯାଇଛି , କ୍ୟାପଚର କରି ଦିଆଯାଇଛି । ଏଠି ମୁଖ୍ୟମନ୍ତ୍ରୀ କିପରି ଅଛନ୍ତି କେହି ଜାଣିପାରୁ ନାହାନ୍ତି । ପାଣ୍ଡିଆନ ଯାହା ଲେଖିକି ଦେଉଛନ୍ତି , ତାହାକୁ ପଢୁଛନ୍ତି । ଦେଶର ଏକମାତ୍ର ମୁଖ୍ୟମନ୍ତ୍ରୀ ଯିଏ ଏକଲା କଥା ହୁଅନ୍ତି ନାହିଁ । ହାଇକୋର୍ଟ ଜଜ୍ କିମ୍ବା ବରିଷ୍ଠ ନାଗରିକ ଯାଇ କଥା ହେଲେ ସ୍ପଷ୍ଟ ହେବ । ପାଣ୍ଡିଆନଙ୍କୁ ହଟାଇ ଆମକୁ ଓଡିଶାର ମୁଖ୍ୟମନ୍ତ୍ରୀ ବାଛିବାକୁ ହେବ । ୧୧ ତାରିଖରେ ପାଣ୍ଡିଆନ ତାମିଲନାଡୁ ଚାଲିଗଲେ ବହୁତ କିଛି ଜଣାପଡିବ । ନିର୍ବାଚନ ହାରିଲେ ବିଜେଡି ଗୋଟିଏ ଦିନରେ ଭାଙ୍ଗିଯିବ । ଯେଉଁମାନଙ୍କର ଆତ୍ମସମ୍ମାନ ଅଛି ସେମାନେ ବିଜେଡିରେ ରହିବେନି । ହିମନ୍ତଙ୍କ ଆରୋପ ନେଇ ବିଜେଡି ପକ୍ଷରୁ ପ୍ରତିକ୍ରିୟା ମିଳିପାରିନାହିଁ ।
ନିର୍ବାଚନ ହାରିଲେ ବିଜେଡି ଭାଙ୍ଗିଯିବ : ହିମନ୍ତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











