ନୂଆଦିଲ୍ଲୀ : ନୀତି ଆୟୋଗ ବୈଠକକୁ ଆସିଲେ ମମତା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ନୀତି ଆୟୋଗର ନବମ ଗଭର୍ଣ୍ଣି କାଉନସିଲ ବୈଠକ ଆରମ୍ଭ ହୋଇଛି। ଗୁରୁତ୍ବପୂର୍ଣ୍ଣ ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ସାମିଲ ହୋଇଛନ୍ତି। ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସମେତ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଏହି ବୈଠକରେ ସାମିଲ ହୋଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି ବୈଠକରେ ସାମିଲ ହୋଇଛନ୍ତି। ଅନ୍ୟପଟେ ମମତା ବାନାର୍ଜୀ ଏହି ବୈଠକରେ ସାମିଲ ହୋଇଥିଲେ ମଧ୍ୟ ବୈଠକରୁ ବାହାରିବା ପରେ ରୋଷ ଝାଡିଛନ୍ତି। ମମତା କହିଛନ୍ତି, ମୁଁ କହୁଥିବା ବେଳେ ମାଇକ ବନ୍ଦ କରି ଦିଆଗଲା। ଅନ୍ୟମାନଙ୍କୁ ୧୦ରୁ ୨୦ ମିନିଟ୍ କହିବାକୁ ସୁଯୋଗ ଦିଆଯାଇଥିବା ବେଳେ ମୋତେ ମାତ୍ର ୫ ମିନିଟ୍ କହିବାକୁ ସୁଯୋଗ ମିଳିଲା। ବିରୋଧୀ ଦଳର ଅନ୍ୟ କୌଣସି ମୁଖ୍ୟମନ୍ତ୍ରୀ ଏହି ବୈଠକରେ ସାମିଲ ହୋଇନଥିବା ବେଳେ ମୁଁ ବୈଠକରେ ଯୋଗ ଦେଇଥିଲି। କିନ୍ତୁ ମୋତେ ମଧ୍ୟ କହିବାକୁ ପର୍ୟ୍ୟାପ୍ତ ସୁଯୋଗ ମିଳିଲାନି। ଏହା କେବଳ ବେଙ୍ଗଲ ପ୍ରତି ଅପମାନ ନୁହେଁ ବରଂ ସମସ୍ତ ଆଞ୍ଚଳିକ ଦଳ ପ୍ରତି ଅପମାନ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବୈଠକରେ ସାମିଲ ହୋଇଥିବା ବେଳେ ତାମିଲନାଡୁ, ତେଲେଙ୍ଗାନା, କର୍ଣ୍ଣାଟକ, ହିମାଚଳ ପ୍ରଦେଶ, ପଞ୍ଜାବ, କେରଳ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ସାମିଲ ହୋଇନାହାନ୍ତି।
ନୀତି ଆୟୋଗ ବୈଠକରେ ଅସନ୍ତୋଷ ଝାଡିଲେ ମମତା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











