ନୂଆପଡା : ଆଗକୁ ନୂଆପଡା ଉପନିର୍ବାଚନ । ୩ ଦଳ ସେମାନଙ୍କ ପ୍ରାର୍ଥୀ ବାଛି ସାରିଲଣି । ଆଉ ଏବେ ମୈଦାନକୁ ଓହ୍ଲାଇବେ । ତେବେ ନୂଆପଡ଼ା ପ୍ରଚାର ମୈଦାନରେ ବିଜେଡିର ମଙ୍ଗ ଧରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ତାଙ୍କ ସହିତ ବିଜେଡିର ତମାମ ନେତା ନୂଆପଡ଼ାରେ ପ୍ରଚାର କରିବେ । ଏଥିପାଇଁ ଏକ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି । ଏହି ଷ୍ଟାର ପ୍ରଚାରକ ତାଲିକାରେ ୧୬ ଜଣ ବିଧାୟକ ରହିଥିବାବେଳେ, ବରିଷ୍ଠ ବିଜେଡି ନେତୀ ଦେବୀ ପ୍ରସାଦ ମିଶ୍ର, ନିରଞ୍ଜନ ପୂଜାରୀ, ପ୍ରଣବ ପ୍ରକାଶ ଦାସ ପ୍ରମୁଖ ମଧ୍ୟ ରହିଛନ୍ତି । ନୂଆପଡ଼ା ଉପ ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ଲିଷ୍ଟରେ ସବୁଠୁ ଉପରେ ରହିଛନ୍ତି ନବୀନ ପଟ୍ଟନାୟକ । ନବୀନ ନିଜେ ନୂଆପଡ଼ା ଯାଇ ପ୍ରଚାର କରିବେ ବୋଲି ଜଣାପଡ଼ିଛି ।
Views: 45











