ନୂଆପଡା : ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ । ଚିକିତ୍ସାଧୀନ ଅବସ୍ଥାରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ । ୬୯ ବର୍ଷ ବୟସରେ ଆଖି ବୁଜିଲେ ଢୋଲକିଆ । ନୂଆପଡାର ୪ ଥରର ବିଧାୟକ ରାଜେନ୍ଦ୍ର ଢୋଲକିଆ । ହୃଦଘାତର ଶିକାର ହେବାପରେ ଘରୋଇ ହସ୍ପିଟାଲରେ ତାଙ୍କ ଚିକିତ୍ସା ଚାଲିଥିଲା । ପୁଅ ଜୟ ଢୋଲକିଆ ବିଜେଡି ବିଧାୟକଙ୍କ ମୃତ୍ୟୁ ଖବର ସେୟାର କରିଛନ୍ତି । ବିଜେଡି ବିଧାୟକଙ୍କ ଦେହାନ୍ତ ଖବର ଶୁଣି ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ ସୋସିଆଲ ମିଡିଆ ହ୍ୟାଣ୍ଡେଲ୍ ଏକ୍ସରେ ପୋଷ୍ଟ ସେୟାର କରି କହିଛନ୍ତି, “ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଧ୍ୟ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତକୁ ଶୋକ ବ୍ୟକ୍ତ କରିଛନ୍ତି । ସେ କହିଛନ୍ତି, “ବିଜୁ ଜନତା ଦଳର ବରିଷ୍ଠ ରାଜନେତା, ନୂଆପଡ଼ାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ଦୁଃଖିତ। ଦଳର ସଙ୍ଗଠନକୁ ମଜଭୁତ କରିବା ସହ ଲୋକଙ୍କ ହକ୍ ପାଇଁ ସ୍ୱର ଉଠାଇବାରେ ସେ ସବୁବେଳେ ଆଗରେ ଥିଲେ।
ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











