The Ultimate Managed Hosting Platform
ADVERTISEMENT

ପଞ୍ଚୁକରେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ଲାଗୁଛି ଭକ୍ତଙ୍କ ଭିଡ

Facebook
Twitter
LinkedIn

ପୁରୀ : ଆଜି ହେଉଛି ପଞ୍ଚୁକର ଦ୍ଵିତୀୟ ଦିନ। କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୂଡ଼ ବେଶ ଅନୁଷ୍ଠିତ ହେଉଛି । ଏହି ବେଶରେ ଠାକୁର ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ଚୂଡା ମଧ୍ୟ ଧାରଣ କରିଥାନ୍ତି। ମସ୍ତକରେ ଏହି ଚୂଡା ବା ଚୁଳ ଦକ୍ଷିଣ ଦିଗକୁ ଢଳି ରହିଥାଏ। ଏଣୁ ମହାପ୍ରଭୁଙ୍କ ଏହି ବେଶକୁ ବାଙ୍କଚୁଡ଼ ବେଶ କୁହାଯାଏ । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଥାଏ। ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଲେ ବୋଲି ବିଶ୍ୱାସ ରହିଛି। ଆସନ୍ତାକାଲି ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ତିବିକ୍ରମ ବେଶ ଅନୁଷ୍ଠିତ ହେବ। ପଞ୍ଚୁକରେ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ ଲାଗି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login