
ଖଲ୍ଲିକୋଟ : ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଠାବ । ତେବେ ଏବେ ଯାଏଁ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ । ସୂଚନା ଅନୁଯାୟୀ, ବୁଧବାର ସକାଳ ସମୟରେ ଗଞ୍ଜାମ ଜିଲ୍ଲା ବଡ଼ ଘାଟିରୁ ଖଲ୍ଲିକୋଟକୁ ସଂଯୋଗ କରୁଥିବା ରାସ୍ତା କଡ଼ରେ ଜଣେ ଅଜଣା ମହିଳାଙ୍କ ରକ୍ତାକ୍ତ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ପଥରରେ ଛେଚି ମହିଳାଙ୍କୁ ହତ୍ୟା କରାଯାଇଥିବା ସୂଚନା । ଏହାପରେ ସ୍ଥାନୀୟଲୋକେ ତୁରନ୍ତ ଏସଂପର୍କରେ ପୋଲିସକୁ ସୂଚନା ଦେଇଥିଲେ । ଖବର ପାଇବା ପରେ ଖଲ୍ଲିକୋଟ ଥାନା ଅଧିକାରୀ ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକ, ଥାନା ଏସଆଇ ଦେବାଶିଷ ମିଶ୍ର, ହିମାନଶୁଂ ଶେଖର ପାତ୍ର ଓ ଭେଜିପୁଟ ଫାଣ୍ତି ଅଧିକାରୀ ପି ସ୍ବରୁପ କିଶାନ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛନ୍ତି । ତେବେ କେହି ଦୁର୍ବୃତ୍ତ ମହିଳାଙ୍କୁ ପଥରରେ ଛେଚି ହତ୍ୟା କରିଥିବା ଅନୁମାନ କରାଯାଉଛି । ପୋଲିସ ତଦନ୍ତ ପରେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ସ୍ଥାନୀୟଲୋକେ ଆଶା ରଖିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି ।