କେନ୍ଦୁଝର: ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଅସୁସ୍ଥ । ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ କେନ୍ଦୁଝର ମେଡିକାଲରେ ଭର୍ତ୍ତି । ଏ ନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ । ଓଡିଶାର ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ହେଉଛନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । ଆଜି ସକାଳେ ତାଙ୍କ ହାତ ଦେହ ବିନ୍ଧିବା ସହ ସେ ଅତ୍ୟଧିକ ଦୁର୍ବଳ ହୋଇଯାଇଥିଲେ । ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା କହିଛନ୍ତି ଡାକ୍ତର । ସୂଚନାଯୋଗ୍ୟ ଏହା ପୂର୍ବରୁ ଗତ ଏପ୍ରିଲ ୨ ତାରିଖରେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାକୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।
Views: 110