ଭୁବନେଶ୍ୱର : ବିଜେଡିକୁ ଶକ୍ତ ଝଟକା । ବିଜେପିରେ ମିଶିଲେ ଅମର ପଟ୍ଟନାୟକ । ରାଜ୍ୟ କାର୍ଯ୍ୟାଳୟକୁ ଆସି ବିଧିବଦ୍ଧ ଭାବେ ସାମିଲ ହେଲେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ମିଶିଲେ । ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର ଉପସ୍ଥିତ ।
ବିଜେପିରେ ମିଶିବା ପରେ ଅମର ପଟ୍ଟନାୟକ ନିଜ ପ୍ରତିକ୍ରିୟା ରଖିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ବିଜେପିରେ ମିଶିଛି କହିଲେ ଅମର । ଯେତେବେଳେ ବି ସଂସଦରେ ମୋଦିଙ୍କ ଭାଷଣ ଶୁଣିଛି ପ୍ରଭାବିତ ହୋଇଛି । ଭାରତକୁ ଆଗକୁ ନେବା ପାଇଁ ତାଙ୍କ ପ୍ରତିଜ୍ଞାବଦ୍ଧତାରେ ମୁଁ ଅନୁପ୍ରାଣିତ । ଭାରତକୁ ଆଗକୁ ନେବା ପାଇଁ ତାଙ୍କ ପ୍ରତିଜ୍ଞାବଦ୍ଧତାରେ ମୁଁ ଅନୁପ୍ରାଣିତ । ମୋଦିଙ୍କ ପାଇଁ ଦେଶ ଆଜି ବିଶ୍ୱରେ ସ୍ୱତନ୍ତ୍ର ସ୍ଥାନ ପାଇପାରିଛି । ରାଜ୍ୟବାସୀଙ୍କ ସେବା ପାଇଁ ଚାକିରି ଛାଡି ରାଜନୀତିକୁ ଆସିଥଲି । ଏବେ ରାଜ୍ୟର ସେବା ସହ ରାଷ୍ଟ୍ର ନିର୍ମାଣରେ ସାମିଲ ହେବାକୁ ଲକ୍ଷ୍ୟ ରଖିଛି । ଦଳ ମତ ଯେଉଁ ଦାୟିତ୍ୱ ଦେବ ସାମର୍ଥ୍ୟ ମତେ ସବୁ କିଛି କରିବି । ଆରଏସଏସ ଦ୍ୱାରା ମଧ୍ୟ ପ୍ରଭାବିତ ହୋଇଛି କହିଲେ ଅମର ।
ଅମର ପଟ୍ଟନାୟକ ବିଜେପିରେ ମିଶିଲା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା । ବିଜେଡିରେ ଅଣନିଶ୍ୱାସୀରୁ ମୁକ୍ତି ମିଳିଛି , ଏବେ କାମ କରିବାର ସୁଯୋଗ ପାଇବେ । ସେ ତାଙ୍କ ମନର କଥା କହି ସାରିଛନ୍ତି , ମୋଦିଙ୍କ ଦ୍ୱାରା ଅନୁପ୍ରାଣିତ କହିଛନ୍ତି । ଜଣେ ବୈାଦ୍ଧିକ ବ୍ୟକ୍ତି , ସଂସଦରେ ବେଶ ଭଲ କାମ କରିଛନ୍ତି । ରାଷ୍ଟ୍ର ନିର୍ମାଣରେ ସାମିଲ ହେବାକୁ ଯେଉଁ ଲକ୍ଷ୍ୟ ରଖିଛନ୍ତି ସୁଯୋଗ ପାଇବେ ।
ପଦ୍ମ ଧରିଲେ ଅମର ପଟ୍ଟନାୟକ
Facebook
Twitter
LinkedIn
Facebook
Twitter
LinkedIn
Recent News
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଗୃହରେ ପାଣ୍ଡିଆନ ତାତି
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...











