ଭୁବନେଶ୍ୱର : ପଦ୍ମ ସମ୍ମାନରେ ସମ୍ମାନିତ ବ୍ୟକ୍ତି ବିଶେଷଙ୍କୁ ମିଳିବ ସମ୍ମାନ ରାଶି । ମାସିକ ୨୫ ହଜାର ଟଙ୍କା ମିଳିବା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଚଳିତ ବର୍ଷ ଏପ୍ରିଲମାସରୁ ମିଳିବ ୨୫ ହଜାର ଟଙ୍କା । ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ୟ୍ୟ ଦ୍ବାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି । ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏଁ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ଏପ୍ରିଲ ମାସରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ।
Views: 91











