ଭୁବନେଶ୍ୱର : କଞ୍ଚା ପରିବା ବ୍ୟବସାୟୀଙ୍କ ଆନ୍ଦୋଳନ ସ୍ଥଗିତ । ଦାବି ପୂରଣ ପାଇଁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ସ୍ଥଗିତ । ମଧ୍ୟ ବିଧାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠଳରେ ନିଷ୍ପତ୍ତି । ଆନ୍ଦୋଳନ ସ୍ଥଗିତ ନେଇ କଞ୍ଚା ପରିବା ବ୍ୟବସାୟୀ ସଂଘ ସଭାପତିଙ୍କ ସୂଚନା । ରାସ୍ତା ଜାମ୍ ଯୋଗୁଁ ୧ ନଂ ହାଟ ଭିତରକୁ ପରିବା ଟ୍ରକ ଆସି ପାରୁ ନ ଥିଲା । ଅଭିଯୋଗ ସତ୍ତ୍ୱେ ପ୍ରଶାସନ ନ ଶୁଣିବାରୁ ଆନ୍ଦୋଳନ ନିଷ୍ପତ୍ତି ନେଇଥିଲା ସଂଘ । ମହାସଂଘ କରିଥିବା ସମସ୍ତ ଦାବି ଲକ୍ଷ୍ମୀ ପୂଜା ପୂର୍ବରୁ ପୂରଣ ହେବ ବୋଲି ବିଏମ୍ସି ପ୍ରତିଶ୍ରୁତି ଦେଇଛି । ଖୁବ ଶୀଘ୍ର ବିଏମ୍ସି କମିସନର ମଧ୍ୟ ଏନେଇ ଆଲୋଚନା କରିବେ ଓ ଲିଖିତ ପ୍ରତିଶ୍ରୁତି ଦେବ ବୋଲି ସେ କହିଛନ୍ତି।ସୂଚନା ଯୋଗ୍ୟ ଏସବିଆଇ କଡ଼ରେ ଥିବା ରାସ୍ତାକୁ ଅବରୋଧ ୟୁନିଟ ୧ ଦୁର୍ଗାପୂଜା କମିଟି ପକ୍ଷରୁ କରାଯାଇଛି ବୋଲି ଅଭିଯୋଗ କରିଛି ମହାଜନ ସଂଘ । ଏହାସହ ଏହି ରାସ୍ତା କଡରେ ଥିବା ପ୍ଲାଷ୍ଟିକ୍ ବଜାରକୁ ଉଛେଦ କରିବା ପାଇଁ ମଧ୍ୟ ଦାବି କରିଥିଲା ସଂଘ । ଏହାଛଡ଼ା ଭଗବାନପୁରରେ ଥିବା ୧୦ ଏକର ଜମି ଯୋଗାଇଦେବାକୁ ସଂଘ ଦାବି କରିଛି ।
ପରିବା ବେପାରୀଙ୍କ ଆନ୍ଦୋଳନ ସ୍ଥଗିତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











