The Ultimate Managed Hosting Platform
ADVERTISEMENT

ପରିଲୋକରେ ବିଶିଷ୍ଟ ଅଭିନେତା ଓ ନିଦେ୍ର୍ଦଶକ ସଚ୍ଚି ଦାସ

Facebook
Twitter
LinkedIn

କଟକ: ଆରପାରିରେ ବିଶିଷ୍ଟ ଅଭିନେତା, ନାଟ୍ୟକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସ। କଟକ ତୁଳସୀପୁର ସ୍ଥିତ ଘରୋଇ ହସ୍ପିଟାଲରେ ତାଙ୍କ ପରଲୋକ ଘଟିଛି। ୯୧ ବର୍ଷ ବୟସରେ ସଚ୍ଚି ଦାସଙ୍କ ଦେହାନ୍ତ ହୋଇଛି। ଓଡ଼ିଆ ଚଳଚ୍ଚିତ୍ର, ଧାରାବାହିକ ଜଗତର ପ୍ରଖ୍ୟାତ ଅଭିନେତା ଓ ଯାତ୍ରା ଜଗତର କିମ୍ବଦନ୍ତୀ ନିର୍ଦ୍ଦେଶକ ଡ଼ଃ ସଚ୍ଚି ଦାସଙ୍କର ଚିକିତ୍ସିତ ଅବସ୍ଥାରେ ଦେହାନ୍ତ ହୋଇଛି। ଏହି ଖବର ଜଣା ପଡିବା ପରେ ତାଙ୍କ ଜନ୍ମସ୍ଥାନ ବରୀ ସହିତ ସମଗ୍ର ରାଜ୍ୟରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ବିଶେଷ କରି ରାଜ୍ୟର ସମସ୍ତ କଳାକାର ଓ ଅଗଣିତ ଦର୍ଶକଙ୍କୁ ଏହି ଖବର ବ୍ୟଥିତ କରିଛି। ଓଡ଼ିଶା ନାଟ୍ୟମଞ୍ଚର ଅପ୍ରତିଦ୍ୱନ୍ଦ୍ୱୀ ଅଭିନେତା ଓ ନିର୍ଦ୍ଦେଶକ ସଚ୍ଚି ଦାସ। କଟକରୁ ତାଙ୍କ ମର ଶରୀର ବରୀ ଆନନ୍ଦପୁର ସ୍ଥିତ ବାସ ଭବନକୁ ଅଣାଯାଇ ନିଜ ପୈତୃକ ଗାଁ ଶ୍ମଶାନରେ ଶେଷ କୃତ୍ୟ ସମ୍ପନ୍ନ କରାଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login