ଭୁବନେଶ୍ୱର : ପଶ୍ଚିମବଙ୍ଗ ସରକାରଙ୍କୁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରିଙ୍କ ଚେତାବନୀ । ସୀମା ବିବାଦକୁ ନେଇ କଡା ଚେତାବନୀ ଦେଲେ ରାଜସ୍ୱ ମନ୍ତ୍ରୀ । ବାଲେଶ୍ୱର ଉଦୟପୁର ଓ ସହାବାଜିପୁରରେ ଅନୁପ୍ରବେଶନେଇ ତାଗିଦ । ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପଶ୍ଚିମବଙ୍ଗ ଅସଭ୍ୟ ସରକାର। ଆବଶ୍ୟକ ପଡ଼ିଲେ ପଶ୍ଚିମବଙ୍ଗକୁ ପାଠ ପଢ଼ାଇ ରାସ୍ତା ଦେଖାଇବ ଓଡ଼ିଶା। ବାଲେଶ୍ବର ଜିଲ୍ଲା ଉଦୟପୁର ଏବଂ ସହାବାଜିପୁରରେ ପଶ୍ଚିମବଙ୍ଗ ସରକାରର ରାଜସ୍ୱ ମନ୍ତ୍ରୀଙ୍କ ଅନୁପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ପ୍ରତିକ୍ରିୟା ଏଭଳି କହିଛନ୍ତି।ସେ କହିଛନ୍ତି, ରାଜ୍ୟରେ ସୀମାକୁ ନେଇ ଛତିଶଗଡ଼, ଝାରଖଣ୍ଡ ଏବଂ ପଶ୍ଚିମବଙ୍ଗ ସହିତ ଅଛି। ମୁଁ ଜିଲ୍ଲା ଗସ୍ତ କରି ଅଧିକାରୀଙ୍କ ସହ ଆଲୋଚନା କରିଛି। ଛତିଶଗଡ଼ ଏବଂ ଝାରଖଣ୍ଡ ସହ ବିଶେଷ ସମସ୍ୟା ନାହିଁ । କିନ୍ତୁ ଆଶ୍ଚର୍ୟ୍ୟ, ଓଡ଼ିଶା ଗଠନରୁ ଆଜି ଯାଏଁ ବାଲେଶ୍ଵରରେ ସୀମା ଚିହ୍ନଟ ହୋଇନାହିଁ। ରାଜସ୍ବ ବିଭାଗ ପଶ୍ଚିମ ବଙ୍ଗ ସରକାରଙ୍କ ସହ ଅଛି। ସହାର୍ଦ୍ଧଧ୍ୟ୍ୟ ପୂର୍ଣ୍ଣ ବାତାବରଣ ଭିତରେ ସୀମା ଚିହ୍ନଟ ହେବ। ଆଲୋଚନା ଆରମ୍ଭ ହେଲାଣି। ପଶ୍ଚିମବଙ୍ଗ ରାଜସ୍ବ ଅଧିକାରୀ ସହ ଓଡ଼ିଶାର ରାଜସ୍ବ ଅଧିକାରୀ ଫିଲଡ ଭିଜିଟ କରି ସୀମା ଚିହ୍ନଟ ହେବ।
ପଶ୍ଚିମବଙ୍ଗକୁ ରାଜସ୍ୱ ମନ୍ତ୍ରୀଙ୍କ ଚେତାବନୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











