ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି କିଛି ଜଣାଉ ନାହାନ୍ତି କହିଲେ । ସମ୍ବେଦନଶୀଳ ଘଟଣା ହୋଇଥିଲେ ବି ଏଠାକାର ସରକାର ଚୁପ । ଓଡିଶା ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହୋଇ ସାରନ୍ତାଣି । ସେ କହିଛନ୍ତି , ଏ ଘଟଣା ସମ୍ପର୍କରେ ଆମକୁ କେହି ଜଣାଇନାହାନ୍ତି । ତା’ର ଜଣେ ସାଙ୍ଗଠାରୁ ଖବର ପାଇ ଆମେ ଦୌଡ଼ିକି ଆସିଛୁ । ୬ରୁ ୭ ଜଣ ଘଟଣାସ୍ଥଳରେ ଥିଲେ । ମୋ ଝିଅକୁ ହଇରାଣ କରି ତା ’ ଫୋନ୍ ଛଡ଼ାଇନେଲେ , ତାକୁ ୩ ହଜାର ଟଙ୍କା ମାଗିଲେ । ସୂଚନା ଅନୁସାରେ , ଓଡ଼ିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲ୍ଲାର ଦୁର୍ଗାପୁରରେ ଏକ ଘରୋଇ ମେଡିକାଲ କଲେଜରେ ପଢୁଥିଲେ ସମ୍ପୃକ୍ତ ଓଡ଼ିଆ ଛାତ୍ରୀ । ତାଙ୍କ ଘର ବାଲେଶ୍ବର ଜିଲ୍ଲା ଜଳେଶ୍ବର ଅଞ୍ଚଳରେ । ଗତ ରାତି ପ୍ରାୟ ୮ଟା ୩୦ ସମୟରେ, ଡାକ୍ତରୀ ଛାତ୍ରୀ ଜଣକ କଲେଜ କ୍ୟାମ୍ପସ ବାହାରେ ପୁରୁଷ ବନ୍ଧୁଙ୍କ ସହିତ ବାହାରକୁ ଯାଇଥିଲେ । ଯୁବତୀଙ୍କୁ ଘରୋଇ ହସ୍ପିଟାଲ ପଛପଟେ ଥିବା ଏକ ରାସ୍ତାରେ ଥିବା ଜଙ୍ଗଲକୁ ନେଇଯାଇଥିଲା । ସେଠାରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଖବର ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ଦୁଷ୍କର୍ମ ଘଟଣାକୁ ନେଇ ଦୁର୍ଗାପୁରରେ ବ୍ୟାପକ ଉତ୍ତେଜନା ଦେଖାଦେଇଛି ।
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
Facebook
Twitter
LinkedIn
Facebook
Twitter
LinkedIn
Recent News
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଗୃହରେ ପାଣ୍ଡିଆନ ତାତି
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...











