ଭୁବନେଶ୍ୱର : ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଜାରି ରହିଛି । ଗତ ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଚାଲିଛି । ଅଚାନକ ଘୋଟି ଆସୁଛି କଳାହାଣ୍ଡିଆ ମେଘ । ବିଜୁଳି ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ ହେଉଛି । ପ୍ରବଳ ବେଗରେ ବହୁଛି ପବନ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟର ଧରଣର ବର୍ଷା ସମ୍ଭାବନା ରହିଛି । ଏଥିସହ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ବି ପଶ୍ଚିମା ଝଡ଼ର ପ୍ରଭାବ ଦେଖିବାକୁ ମିଳିବ । ସେସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଇଁ ୬ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ଦିଆଯାଇଛି ୟେଲୋ ସତର୍କତା । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇଥିଲା । ଭୁବନେଶ୍ୱର ସମେତ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ବରଗଡ଼, ବଲାଙ୍ଗିର, କୋରାପୁଟ, ରାୟଗଡ଼ା, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପବନ ହୋଇଥିଲା । ତାସହ କୁଆପଥର ମାଡ଼ ବି ହୋଇଥିଲା । କିଛି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୮୦ କିଲୋମିଟ ଯାଏ ରହିଥିଲା । ଗଛ ଭାଙ୍ଗିବା ସହ ଉଡ଼ି ଯାଇଥିଲା ଆଜବେଷ୍ଟସ୍ ଘର ଛପର । ୨୧ ତାରିଖକୁ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି ।
ପଶ୍ଚିମା ଝଡ଼ ପ୍ରଭାବ : ଆଜିବି ପ୍ରବଳ ବର୍ଷା, ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











