ଅମୃତସର : ଭାରତର ୯ଟି ସ୍ଥାନକୁ ଟାର୍ଗେଟ କରିଥିଲା ପାକିସ୍ତାନ । ସେଥିମଧ୍ୟରୁ ପଞ୍ଜାବର ଅମୃତସରରେ ଥିବା ସୂର୍ଣ୍ଣ ମନ୍ଦିର ପାକିସ୍ତାନର ଲିଷ୍ଟରେ ରହିଥିଲା । ମେ ୮ ତାରିଖରେ ପାକିସ୍ତାନ ପଞ୍ଜାବର ଅମୃତସରରେ ଥିବା ସ୍ୱର୍ଣ୍ଣ ମନ୍ଦିରକୁ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। ମାତ୍ର ପାକ୍ର ଆକ୍ରମଣ ଉଦ୍ୟମକୁ ପଣ୍ଡ କରିଥିଲେ ଆମ ଭାରତୀୟ ଯବାନ।ଏନେଇ ୧୫ତମ ଇନ୍ଫାନ୍ଟାରି ଡିଭିଜନର ଜେନେରାଲ ଅଫିସର କମାଣ୍ଡିଂ (ଜିଓସି) ମେଜର ଜେନେରାଲ କାର୍ତ୍ତିକ ସି ଶେଷାଦ୍ରି ସୋମବାର ପ୍ରକାଶ କରିଛନ୍ତି। ସେ ଆହୁରି ବି କହିଛନ୍ତି ଯେ ସେନା ବାୟୁ ପ୍ରତିରକ୍ଷା ବନ୍ଧୁକଧାରୀମାନେ ସ୍ୱର୍ଣ୍ଣ ମନ୍ଦିରକୁ ଟାର୍ଗେଟ କରାଯାଇଥିବା ସମସ୍ତ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ରକୁ ଗୁଳି କରି ଖସାଇ ଦେଇଛନ୍ତି।ମେଜର ଜେନେରାଲ କହିଛନ୍ତି ଯେ ଭାରତୀୟ ସେନା ସ୍ୱର୍ଣ୍ଣ ମନ୍ଦିର ଭଳି ଧାର୍ମିକ ସ୍ଥାନ ସମେତ ବେସାମରିକ ପ୍ରତିଷ୍ଠାନ ସହିତ ପାକିସ୍ତାନର ସାମରିକ ପ୍ରତିଷ୍ଠାନକୁ ଟାର୍ଗେଟ କରିବାର ପଦକ୍ଷେପକୁ ଅନୁମାନ କରିଥିଲା। ଯାହାଫଳରେ ଆବଶ୍ୟକୀୟ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇ ସମସ୍ତ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି।
ପାକ ଟାର୍ଗେଟରେ ଥିଲା ସ୍ୱର୍ଣ୍ଣ ମନ୍ଦିର , ଉଚିତ ଜବାବ ଦେଲେ ଭାରତୀୟ ସେନା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











