ବଲାଙ୍ଗିର : ବଲାଙ୍ଗୀର ପାଟଣାଗଡ଼ରେ ଜାଳିଦେଲେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି । ପ୍ରତିମୂର୍ତ୍ତି ସ୍ଥାପନ ନେଇ ବିବାଦ ଥିବା ବେଳେ ଏବେ କେହି ଦୁର୍ବୃତ୍ତ ଏଥିରେ ନିଆଁ ଲଗାଇ ପ୍ରତିମୂର୍ତ୍ତିକୁ ଜାଳି ଦେଇଛି । ତେବେ ବିବାଦୀୟ ସ୍ଥାନ ପର୍ଶୁରାମ ଛକରେ ମୂର୍ତ୍ତି ସ୍ଥାପନ ନେଇ ପୂର୍ବରୁ ବିରୋଧ ହୋଇ ଆସୁଥିଲା । ପ୍ରଶାସନର ନିର୍ଦ୍ଦେଶରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିକୁ ଜରି ଗୁଡାହୋଇ ରଖାଯାଇଥିଲା । ହେଲେ ଏବେ କେହି ଦୁର୍ବୃତ୍ତ ସକାଳୁ ପ୍ରତିମୂର୍ତ୍ତିକୁ ଜାଳି ଦେଇଥିବା ଦେଖିବାକୁ ମିଳିଥିଲା । କିଏ ଓ କାହିଁକି ନିଆଁ ଲଗାଇଲା କାରଣ ଅସ୍ପଷ୍ଟ ରହିଛି । ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ସିସିଟିଭି ଆଧାରରେ ଦୁର୍ବୃତ୍ତକୁ ଧରିବାପାଇଁ ପ୍ରୟାସ ଜାରି ରଖିଛି ପାଟଣାଗଡ଼ ପୋଲିସ ।
Views: 24