ନଅୂାଦିଲ୍ଲୀ : ଛତିଶଗଡ଼ର ବାଲୋଦା ବଜାର ଭାଟାପାରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଭ୍ୟାନକୁ ଏକ ଟ୍ରକ୍ ଧକ୍କା ଦେବାରୁ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଓ ୫ ଜଣ ମହିଳା ରହିଛନ୍ତି । ଏହି ଦୁର୍ଘଟଣାରେ ୨୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ, ବାଲୋଦା ବଜାରରେ ଟ୍ରକ ଏବଂ ପିକଅପ୍ ଗାଡି ଜୋରଦାର ଧକ୍କା ହୋଇଥିଲା । ଫଳରେ ପିକଅପ୍ ଭ୍ୟାନ୍ ପ୍ରାୟ ୩୦ରୁ ଅଧିକ ଯାତ୍ରୀଙ୍କୁ ଧରି ଯାଉଥିଲା। ଏହି ସମୟରେ ଗାଡ଼ିଟି ବାଲୋଦା ବଜାର ଜାତୀୟ ରାଜପଥରେ ଯାଉଥିବା ବେଳେ ପଛପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ଟି ଭ୍ୟାନ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଛି।
Views: 81