କଟକ : ପିସିଆରକୁ ଚାପିଦେଲା ଟ୍ରକ । ୨ ପୋଲିସ କର୍ମଚାରୀଙ୍କ ଚାଲିଗଲା ଜୀବନ । କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ଘଟିଛି ଦୁର୍ଘଟଣା । ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ ବେଳେ ଚାପିଦେଲା ଟ୍ରକ । ଜଣେ ଓଏପିଏଫ ଯବାନଙ୍କ ସହ ହୋମଗାର୍ଡଙ୍କ ଜୀବନ ଯାଇଛି । ଜଣେ ଗୁରୁତର ପୋଲିସ କର୍ମଚାରୀଙ୍କୁ ଏସସିବିରେ ଭର୍ତ୍ତି କରାଯାଇଛି । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା । ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଆଜି ସକାଳୁ ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ ବେଳେ କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ପୋଲିସ ପିସିଆରକୁ ଏକ ଟ୍ରକ ଚାପିଦେଇଥିଲା । ଫଳରେ ଘଟଣାସ୍ଥଳରେ ଜଣେ ଓଏପିଏଫ୍ ଯବାନଙ୍କ ସହ ହୋମଗାର୍ଡଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଦୁର୍ଘଟଣାରେ ଗୁରୁତର ଜଣେ ପୋଲିସ କର୍ମଚାରୀଙ୍କୁ ଏସସିବି ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଟ୍ରକ ଡ୍ରାଇଭରକୁ ଅଟକ ରଖି ପୋଲିସ ଛାନଭିନ୍ ଚଳାଇଛି।
ପିସିଆରକୁ ଚାପିଦେଲା ଟ୍ରକ: ୨ ପୋଲିସ କର୍ମଚାରୀଙ୍କ ଚାଲିଗଲା ଜୀବନ, ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











