ଭୁବନେଶ୍ୱର : ଚାଲିଛି ପାର୍ବଣ ପୂଜା । ପୀଠରେ ନବମୀ ପୂଜା ଚାଲିଥିବା ବେଳେ ମଣ୍ଡପରେ ଚାଲିଛି ମା ଦୁର୍ଗାଙ୍କ ଅଷ୍ଟମୀ ପୂଜା । ନବରାତ୍ରି ଅବସରରେ ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶକ୍ତିପୀଠ । ରୀତିନୀତି ପୂଜାବିଧି ଅନୁସାରେ ଚାଲିଛି ମାଆଙ୍କ ପୂଜାର୍ଚ୍ଚନା । ଘଣ୍ଟଘଣ୍ଟା ଓ ମନ୍ତ୍ର ଧ୍ବନିରେ ପ୍ରକମ୍ପିତ ହେଉଛି ପରିବେଶ। ମାଆଙ୍କୁ ଦର୍ଶନ କରିବା ପାଇଁ ଶକ୍ତିପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି । ଆଧ୍ୟାତ୍ମିକ ଓ ଭକ୍ତି ମୟ ପରିବେଶ ମଧ୍ୟରେ ଭକ୍ତ ମାନେ ମାଆଙ୍କ ବେଶ ଦର୍ଶନ କରି କରୁଣା ଲାଭ କରୁଛନ୍ତି । ନବରାତ୍ର ବ୍ରତ ଧାରଣ କରି ଭକ୍ତମାନେ ମାଆଙ୍କର ପୂଜାର୍ଚ୍ଚନା କରୁଛନ୍ତି। ବିଭିନ୍ନ ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କୁ ଆକର୍ଷିତ କରୁଛି ସୁଉଚ୍ଚ ତୋରଣ । ଟ୍ୱିନ ସିଟିରେ ମା ଦୁର୍ଗାଙ୍କ ପୂଜା ଖୁବ ଦୁମ ଧାମରେ ଚାଲିଛି । ମଣ୍ଡପରେମା ଦୁର୍ଗାଙ୍କ ନବମୀ ପୂଜା ଚାଲିଛି । ମା ଆଜି ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଉଛନ୍ତି । ମହା ନବମୀର ବିଶେଷତ୍ବ ହେଉଛି ଆଜି ମାନସିକ ଧାରୀ ମାନେ ବିଭିନ୍ନ ବଳି ଦେଇଥାନ୍ତି ହେଲେ ତାହା ପାରିବର୍ତ୍ତନ ହୋଇଛି ଏହି ପ୍ରଥା ବନ୍ଧ ହୋଇଛି ତେବେ ମନ୍ଦିର ରୀତିକାନ୍ତି ଠିକରେ ଚାଲିଛି । ଭୋର ୩ ଟାରୁ ପାହଡ ଖୋଲିବା ପରେ ସ୍ନାନ, ଚନ୍ଦନ ଲାଗି, ବଲ୍ଲଭ, ମାଜଣା, ପ୍ରଥମ ଧୂପ ସରିଛି।
ପୀଠରେ ମହାନବମୀ ପୂଜା, ମଣ୍ଡପରେ ଅଷ୍ଟମୀ
Facebook
Twitter
LinkedIn
Facebook
Twitter
LinkedIn
Recent News
ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...
ତଡିପାର ହେଲେଣି ୪୯ ବାଂଲାଦେଶୀ
ଭୁବନେଶ୍ୱର : ରାଜ୍ୟରୁ ତଡିପାର ହେଲେଣି ୪୯ ବାଂଲାଦେଶୀ । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂଆ ସରକାର ଆସିବା ପରେ...
କିଟରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ
ଭୁବନେଶ୍ୱର : ପୁଣି କିଟ ବଦନାମ । କିଟ ବିଶ୍ୱ ବିଦ୍ୟାଳୟରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ହଷ୍ଟେଲ ଝୁଲନ୍ତା ଅବସ୍ଥାରେ ମୃତଦେହ...
ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି
ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋାଦିଙ୍କ ସମ୍ବୋଧନ । ପରାଜୟର ନିରାଶାରୁ ବିରୋଧିଙ୍କୁ ବାହାରିବାକୁ ଅପିଲ କଲେ ମୋଦି ।କିଛି ବିରୋଧୀ ଦଳ...











