ଭୁବନେଶ୍ୱର : ଓଡିଶା ରାଜ୍ୟ ଆଇନଜୀବୀ ପରିଷଦ ସଦସ୍ୟ ପୀତବାସ ପଣ୍ଡା ହତ୍ୟାର ପ୍ରତିବାଦ । ଆଜି ସାରା ରାଜ୍ୟର ଆଇନଜୀବୀମାନଙ୍କ ସମ୍ପୂର୍ଣ୍ଣ କଲମ ଛାଡ ଆନେ୍ଦାଳନ । ରାଜ୍ୟ ଆଇନଜୀବୀ ପରିଷଦର ଜରୁରୀ ବୈଠକରେ କଲମ ଛାଡ ପାଇଁ ନିଷ୍ପତ୍ତି । ନିରପେକ୍ଷ ତଦନ୍ତ ପାଇଁ ଜଣେ ବରିଷ୍ଠ ଆଇପିଏସ ଅଧିକାରୀଙ୍କ ଦ୍ବାରା ତଦନ୍ତ ହେବା ଉଚିତ ବୋଲି ବାର କାଉନସିଲ ପକ୍ଷରୁ କୁହାଯାଇଛି । ତଦନ୍ତ ସମୟସୀମିତ ଭାବରେ ସମାପ୍ତ ହେଉ ଏବଂ ସମସ୍ତ ଅପରାଧୀ, ଷଢ଼ଯନ୍ତ୍ରକାରୀ ଓ ସହଯୋଗୀଙ୍କୁ ତତ୍କାଳ ଗିରଫ କରାଯାଉ ବୋଲି ବାର କାଉନସିଲ ପକ୍ଷରୁ କୁହାଯାଇଛି । ୪୮ ଘଣ୍ଟା ମଧ୍ୟରେ ରାଜ୍ୟବ୍ୟାପୀ ସୁରକ୍ଷା ଏବଂ କୋର୍ଟ ପରିସରରେ CCTV କ୍ୟାମେରା ସ୍ଥାପନ ପାଇଁ ଦାବି ହୋଇଛି ।
Views: 47