
ଭୁବନେଶ୍ୱର : ରାଜ୍ୟରେ ଆଉ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେରେ ୧୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୨କୁ ବୃଦ୍ଧି ପାଇଛି ।ତେବେ ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକ ପୁରୀ ଜିଲ୍ଲାର ବୋଲି ଜଣାପଡିଛି ।
ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୨୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ ୨୯୬୮୬୫୩୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୧୧୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୫୯୮୦ ଜଣ ସୁସ୍ଥ ହୋଇଛନ୍ତି ।
Views: 203