
ଭୁବନେଶ୍ୱର : ରାଜ୍ୟରେ୪ ଜଣଙ୍କ ମୁଣ୍ଡ ନେଲା କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୧୫ କୁ ବୃଦ୍ଧି ପାଇଛି ।ତେବେ ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କନ୍ଧମାଳ ଜିଲ୍ଲାରୁ ଜଣେ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୬୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ ୨୯୯୧୯୩୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୮୫୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୬୭୫ ଜଣ ସୁସ୍ଥ ହୋଇଛନ୍ତି ।
Views: 233