ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗାପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ । ଆସନ୍ତା ୧୩ ତାରିଖରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ । ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପ୍ରଭାବରେ ଆସନ୍ତା ୧୨ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇପାରେ ବର୍ଷା । ବର୍ଷା, ପବନ ସହ ସମୁଦ୍ର ଆଶାନ୍ତ ରହିବା ସମ୍ଭାବନା ଅଧିକ । ୧୨ ଓ ୧୩ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ଲଘୁଚାପ ସୃଷ୍ଟି ହେଲେ ବଡ଼ ବର୍ଷା ହୋଇପାରେ । ଆଜି ବିଜୁଳି ଘଡ଼ଘଡ଼ି ସହ ପବନ ବହିବା ନେଇ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ନୟାଗଡ଼, ଗଞ୍ଜାମ ଏବଂ ଗଜପତିକୁ ଚେତାବନୀ ଦିଆଯାଇଛି । ସେହିପରି ଆସନ୍ତାକାଲି ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।
Views: 34