ଉତ୍ତରାଖଣ୍ଡ : ପୁଣି ଅଦିନିଆ ରଥଯାତ୍ରା ପାଳନ କଲା ଇସ୍କନ । ଉତ୍ତରାଖଣ୍ଡ ରିଷିକେଶ ମଧୁବନ ଆଶ୍ରମରେ ପାଳନ ହେଲା । ୭ ତାରିଖରେ ବିଧି ପରମ୍ପରା ଭାଙ୍ଗି ପାଳନ ହେଲା ରଥଯାତ୍ରା । ଗତ ୭ ତାରିଖ ସକାଳେ ମଧୁବନ ଆଶ୍ରମ ଠାରୁ ବାହାରି ତ୍ରିବେଣୀ ଘାଟ ଚୌକ ଦେଇ ଗୁରୁଦ୍ୱରା ଶ୍ରୀ ଗୁରୁ ସିଂ ସଭା ରେଲୱ ରୋଡ୍ ରେ ଏହି ଅଦିନିଆ ରଥଯାତ୍ରା ଶେଷ ହୋଇଛି । ବିଧି ପରମ୍ପରା ଭାଙ୍ଗି ଇସ୍କନ ବାରମ୍ବାର ଅଦିନିଆ ରଥଯାତ୍ରା କରୁଛି । ଚଳିତମାସରେ ମଧୁବନ ଆଶ୍ରମ ରିଷିକେଷ ଦ୍ବାରା ୨୮ତମ ଶ୍ରୀଜଗନ୍ନାଥ ରଥଯାତ୍ରାରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ଚାରିଚକିଆ ଗାଡ଼ିରେ ନିଆଯାଉଥିବା ଦେଖିବାକୁ ମିଳିଛି ।
ଅନ୍ୟପଟେ ଇସ୍କନର ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ପ୍ରସଙ୍ଗରେ ଗତମାସ ଅର୍ଥାତ ସେପ୍ଟେମ୍ବର୬ରେ ଗଜପତିଙ୍କ ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନୀତି ବିରୋଧୀ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ୧୦୦ ପୃଷ୍ଠାର ଏକ ପୂର୍ଣ୍ଣାଙ୍ଗ ଉତ୍ତର ଇସ୍କନକୁ ପ୍ରଦାନ କରାଯାଇଥିଲା । ନୀତି ଓ ପରମ୍ପରାକୁ ନମାନିଲେ ଆଇନର ଆଶ୍ରୟ ନିଆଯିବ ବୋଲି ଗଜପତିଙ୍କ ଦ୍ଵାରା ଇସ୍କନକୁ ଚିଠି ଲେଖାଯାଇଥିଲା
ପୁଣି ଇସ୍କନର ଅଦିନିଆ ରଥଯାତ୍ରା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











