ଭୁବନେଶ୍ୱର: କାଲିଠୁ ପୁଣି ତାତି ବଢିବ । ଆଜିଠୁ ରାଜ୍ୟରେ ଶୁଖିଲା ପାଗ ସହ ଆକାଶ ମେଘମୁକ୍ତ ରହିବ। କାଲିଠୁ ପୁଣି ତାତି ବଢି ଅଧିକାଂଶ ସହରର ତାପମାତ୍ରା ୩୫ରୁ ୩୯ ଡିଗ୍ରୀ ମଧ୍ୟରେ ରହିବ। ଆଇଏମଡିର ବିସ୍ତାରିତ ଆକଳନ ଅନୁସାରେ ଆସନ୍ତା ଏପ୍ରିଲ ମାସ ଆରମ୍ଭରୁ ଅସମ୍ଭାଳ ହେବ ତାତି। ବିଶେଷ କରି ନୟାଗଡ, ଟିଟିଲାଗଡ, ଭବାନୀପାଟଣା, ମାଲକାନଗିରି, ନୂଆପଡା, ବଲାଙ୍ଗିର, ପାରଳାଖେମୁଣ୍ଡି ସହରର ତାପମାତ୍ରା ୩୯ ଡିଗ୍ରୀ ରହିବ। ଫଳରେ ରାଜ୍ୟରେ ହଟ୍ ଓ୍ବେଦର କଣ୍ଡିସନ୍ ଦେଖାଦେବ । ଆଭ୍ୟନ୍ତରୀଣ ଓଡ଼ିଶାର ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ଗଜପତି ଜିଲ୍ଲା ସମେତ ରାଜଧାନୀ ଭୁବନେଶ୍ବରରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା।
Views: 154











