ନୂଆଦିଲ୍ଲୀ : ପୁଣି ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ । ଜୟପୁରରୁ ମୁମ୍ବାଇ ଅଭିମୁଖେ ବିମାନ ଉଡ଼ାଣ ଆରମ୍ଭ କରିଥିଲା । ଉଡ଼ାଣର ୧୮ ମିନିଟ୍ ପରେ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖିବାକୁ ମିଳିଥିଲା । ଫଳରେ ବିମାନକୁ ପୁଣି ରନୱେରେ ଜରୁରୀ ଅବତରଣ କରିବାକୁ ପଡିଥିଲା ।ସୂଚନାନୁଯାୟୀ, ଏୟାର ଇଣ୍ଡିଆ ବିମାନ AI-612 ଅପରାହ୍ଣ ପ୍ରାୟ ୧.୫୮ ରେ ଜୟପୁର ବିମାନବନ୍ଦରରୁ ମୁମ୍ବାଇ ଅଭିମୁଖେ ଉଡ଼ାଣ ଆରମ୍ଭ କରିଥିଲା । ପ୍ରାୟ ୧.୩୫ ମିନିଟ୍ ସମୟରେ ଉଡ଼ାଣ ଆରମ୍ଭ କରିଥିଲା । କିନ୍ତୁ ବିମାନରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ଯାହା ପରେ ପାଇଲଟ ସମସ୍ତ ଯାତ୍ରୀବାହୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଫେରିବାକୁ ନିଷ୍ପତ୍ତି ନେଇଥିଲେ। ପାଇଲଟ୍ ତ୍ରୁଟି ବିଷୟରେ ଜାଣିବା ମାତ୍ରେ ତୁରନ୍ତ ବିମାନକୁ ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଥିଲେ। ବିମାନଟି ପ୍ରାୟ ୧୮ ମିନିଟ୍ ପର୍ୟ୍ୟନ୍ତ ଆକାଶରେ ରହିବା ପରେ ଅପରାହ୍ଣ ୨.୧୬ ମିନିଟ୍ ସମୟରେ ଜୟପୁର ବିମାନ ବନ୍ଦରରେ ସୁରକ୍ଷିତ ଭାବରେ ଅବତରଣ କରିଥିଲା । ବିମାନରେ ଥଇବା ସମସ୍ତ ଯାତ୍ରୀ ଏବଂ କ୍ରୁ ସଦସ୍ୟ ସୁରକ୍ଷିତ ରହିଥିବା ଜଣାପଡିଛି । ବର୍ତ୍ତମାନ ବିମାନର ଯାନ୍ତ୍ରିକ ତ୍ରୁଟିର ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି ।
ପୁଣି ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











