ଭୁବନେଶ୍ୱର :ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି । । ତିନି ଦିନ ତଳେ ଦିଲେଶ୍ୱର ସାହୁ ହତ୍ୟା ମାମଲାରେ ସେ ଭୁବନେଶ୍ୱର ଅତିରିକ୍ତ ଦୈାରାଜଜ୍-୩ରେ ହାଜର ହୋଇଥିଲେ । ୨୦୧୬ରେ ବୁର୍ଲା ଥାନା ଅଧିକାରୀଙ୍କୁ ଆକ୍ରମଣ ଓ ଧମକଚମକ ମାମଲାରେ ଗତକାଲି ପୁଣି ଥରେ ତାଙ୍କୁ ଏହି କୋର୍ଟରେ ହାଜର ହେବାକୁ ପଡିଛି । ଏହି ମାମଲାରେ କୋର୍ଟରେ ତାଙ୍କ ବିରୋଧରେ ଚାର୍ଜ ଫ୍ରେମ ହୋଇଥିବା ବେଳେ ବିଚାର ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । କେବଳ ସେତିକି ନୁହେଁ ଏଣଇକି ଏହି ମାମଲାରେ ଶୁଣାଣି ସମୟରେ ପ୍ରତ୍ୟେକ ତାରିଖରେ ବ୍ୟକ୍ତିଗତ ହାଜିରା ଦେବାକୁ ବିଚାରପତି ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନା ଅନୁଯାୟୀ ଗତ କିଛି ଦିନ ପୂର୍ବରୁ ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ମାଡ ମାରିଥିଲେ ଯାହାକୁ ନେଇ ଅନେକ ତୁମ୍ବି ତୋଫାନ ହୋଇଥିଲା । ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି କରିବା ସହ ଥାନାକୁ ଧସେଇ ପଶିବା ସମୟରେ ମହିଳା ପୋଲିସଙ୍କୁ ଆକ୍ରମଣ କରିଥିଲା । ଯାହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିଲା ।
ପୁଣି ଜୟନାରାୟଣଙ୍କ ବଢିଲା ଅଡୁଆ
Facebook
Twitter
LinkedIn
Facebook
Twitter
LinkedIn
Recent News
ନବକଳେବର ହେବ କଲେକ୍ଟରେଟ ବିଲ୍ଡିଂ
ଭୁବନେଶ୍ୱର : ସବୁ ଜିଲ୍ଲାପାଳ କାର୍ଯ୍ୟାଳୟ ଗୁଡିକର ହେବ ନବକଳେବର । ମଡେଲ ଯୋଜନା ଅନୁଯାୟୀ ନୂଆ କଲେକ୍ଟରେଟ କୋଠା ନିର୍ମାଣ ହେବ । କଲେକ୍ଟରେଟ କୋଠାରେ...
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ
ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...
୯ ଜେଲରୁ ୧୩ କଏଦୀ ଫେରାର
ଭୁବନେଶ୍ୱର : ଜେଲରୁ କଏଦୀ ଫେରାର ନେଇ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର । ଗତବର୍ଷ ଜୁଲାଇରୁ ଏଯାବତ ୯ଟି ଜେଲରୁ ୧୩ କଏଦୀ ଫେରାର ହୋଇଛନ୍ତି ।...
ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...











