The Ultimate Managed Hosting Platform
ADVERTISEMENT

ପୁଣି ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ , ୧୨ ଯାଏଁ ବର୍ଷା ଜାରି

Facebook
Twitter
LinkedIn

ଭୁବନେଶ୍ୱର : ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ତଥାପି ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରିଖ ଯାଏଁ ବର୍ଷା ଲାଗି ରହିବ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାକୁ ବର୍ଷା ଆଲର୍ଟ କରାଯାଇଛି ।ଆଜି ଗଞ୍ଜାମ , ଗଜପତି, କନ୍ଧମାଳ, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜରେ ଅଧିକ ବର୍ଷା ସମ୍ଭାବନା ରହିଛି । ଅନ୍ୟପଟେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ଆଶଙ୍କା କରାଯାଇଛି । ସେହିପରି ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସଂପୂର୍ଣ୍ଣ ଅପସାରଣ ନେଇ ପାଗ ଅନୁକୂଳ ହେବାରେ ଲାଗିଛି । ୧୬ ସୁଦ୍ଧା ବିଦାୟ ନେବ ମୌସୁମୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login