ଭୁବନେଶ୍ୱର : ପୁଣି ଜଣେ ମହିଳାଙ୍କୁ ଘୋଷାଡି ମାରିଲା ମୋ ବସ । ତମାଣ୍ଡୋ ଥାନା ଓଭର ବ୍ରିଜ ତଳେ ମର୍ମନ୍ତୁଦ ଦୁର୍ଘଟଣା । ଘଟଣାସ୍ଥଳରେ ଉତ୍ତ୍ୟକ୍ତ ଲୋକଙ୍କ ଭଙ୍ଗାରୁଜା ହୋଇଥିବା ବେଳେ ଡ୍ରାଇଭର ଗିରଫ ହୋଇଛି । ମହିଳାଙ୍କୁ ଧକ୍କା ଦେଇ ଶହେ ମିଟର ଯାଏଁ ଘୋଷାଡି ନେଲା ମୋ ବସ । ସୂଚନା ଅନୁସାରେ ମୋ ବସ୍ ଭୁବନେଶ୍ୱର ଟାଉନରୁ କଳିଙ୍ଗ ନଗର ଡିପୋ ଆଡକୁ ଯାଉଥିଲା । ଏହି ସମୟରେ ନାଇଟ୍ କୋଚ୍କୁ କିଛି ଲୋକ ଅପେକ୍ଷାରତ ଥିଲେ । ତାଙ୍କୁ ସ୍କୁଟିରେ ଛାଡିବାକୁ ଆସିଥିବା ୪ ଜଣ ଲୋକ ସର୍ଭିସ ରୋଡ଼୍ ଦେଇ ଫେରୁଥିଲେ । ସେହି ସମୟରେ ଏନଏଚ ତଳକୁ ଖସୁଥିବା ମୋ ବସ୍ ପ୍ରଥମେ ଗୋଟିଏ ସ୍କୁଟିକୁ ଧକ୍କା ଦେବା ପରେ ପୁଣି ଅନ୍ୟ ଏକ ସ୍କୁଟିକୁ ଧକ୍କା ଦେଇଥିଲା । ଫଳରେ ତମାଣ୍ଡୋ ଥାନା ଡି.ଏନ. ରେଙ୍ଗାଲିଆ ଓଭରବ୍ରିଜ ତଳେ ଜଣେ ମହିଳାଙ୍କୁ ଧକ୍କା ଦେଇ ୧୦୦ ମିଟର ଘୋଷାଡ଼ି ନେଇଥିଲା ମୋ ବସ୍ । ଏଥିରେ ଘଟଣା ସ୍ଥଳରେ ହିଁ ମହିଳାଙ୍କ ପ୍ରାଣ ଚାଲି ଯାଇଥିଲା । ମୋ ବସ୍ ବାରମ୍ବାର ମୃତ୍ୟୁର ଦୂତ ସାଜିବା ପରେ ଟ୍ୱିନ୍ସିଟିର ପ୍ରକାଶ ପାଇଛି ଉଦ୍ବେଗ ।
ପୁଣି ମହିଳାଙ୍କୁ ଘୋଷାଡି ମାରିଲା ମୋ ବସ !

Facebook
Twitter
LinkedIn
Facebook
Twitter
LinkedIn
Recent News
ଝୁଲି ଝୁଲି ଆସିଲେ କାଳିଆ ସାଆନ୍ତ , ଭକ୍ତ ରହିଛନ୍ତି ଅପେକ୍ଷାରେ
ପୁରୀ : କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି । ଘଣ୍ଟଘଣ୍ଟା, ହରିବୋଲରେ ପ୍ରକମ୍ପିତ ହୋଇଉଠିଛି ବଡ଼ଦାଣ୍ଡ । କାଳିଆ ସାଆନ୍ତଙ୍କୁ ଦେଖି ଭକ୍ତ ଖୁସିରେ...
ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଭୁବନେଶ୍ୱର : ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମୁମ୍ବାଇ କୋକିଳାବେନ ଧୀରୁଭାଇ ଅମ୍ବାନୀ ମେଡିକାଲରୁ ଶୁଭେଛା ଜଣାଇଛନ୍ତି...
ଆରମ୍ଭ ହେଲା ପହଣ୍ଡି ; ପ୍ରଭୁ ସୁଦର୍ଶନ , ବଡ ଠାକୁର ବଳଭଦ୍ରଙ୍କ ପରେ ମା ସୁଭଦ୍ରାଙ୍କ ପହଣ୍ଡି ବିଜେ
ପୁରୀ ; ଶ୍ରୀକ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆରମ୍ଭ ହୋଇଯାଇଛି । ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିବେ ଶ୍ରୀଜୀଉ। ପୁରୀରେ ଏବେ ନୀତିକାନ୍ତି ପରେ ଆରମ୍ଭ ହୋଇଛି...
ପବିତ୍ର ରଥଯାତ୍ରା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ପୁରୀ : ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏହି ଅବସରରେ ସାରା ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ...