ଭୁବନେଶ୍ୱର : ପୁଣି ଜଣେ ମହିଳାଙ୍କୁ ଘୋଷାଡି ମାରିଲା ମୋ ବସ । ତମାଣ୍ଡୋ ଥାନା ଓଭର ବ୍ରିଜ ତଳେ ମର୍ମନ୍ତୁଦ ଦୁର୍ଘଟଣା । ଘଟଣାସ୍ଥଳରେ ଉତ୍ତ୍ୟକ୍ତ ଲୋକଙ୍କ ଭଙ୍ଗାରୁଜା ହୋଇଥିବା ବେଳେ ଡ୍ରାଇଭର ଗିରଫ ହୋଇଛି । ମହିଳାଙ୍କୁ ଧକ୍କା ଦେଇ ଶହେ ମିଟର ଯାଏଁ ଘୋଷାଡି ନେଲା ମୋ ବସ । ସୂଚନା ଅନୁସାରେ ମୋ ବସ୍ ଭୁବନେଶ୍ୱର ଟାଉନରୁ କଳିଙ୍ଗ ନଗର ଡିପୋ ଆଡକୁ ଯାଉଥିଲା । ଏହି ସମୟରେ ନାଇଟ୍ କୋଚ୍କୁ କିଛି ଲୋକ ଅପେକ୍ଷାରତ ଥିଲେ । ତାଙ୍କୁ ସ୍କୁଟିରେ ଛାଡିବାକୁ ଆସିଥିବା ୪ ଜଣ ଲୋକ ସର୍ଭିସ ରୋଡ଼୍ ଦେଇ ଫେରୁଥିଲେ । ସେହି ସମୟରେ ଏନଏଚ ତଳକୁ ଖସୁଥିବା ମୋ ବସ୍ ପ୍ରଥମେ ଗୋଟିଏ ସ୍କୁଟିକୁ ଧକ୍କା ଦେବା ପରେ ପୁଣି ଅନ୍ୟ ଏକ ସ୍କୁଟିକୁ ଧକ୍କା ଦେଇଥିଲା । ଫଳରେ ତମାଣ୍ଡୋ ଥାନା ଡି.ଏନ. ରେଙ୍ଗାଲିଆ ଓଭରବ୍ରିଜ ତଳେ ଜଣେ ମହିଳାଙ୍କୁ ଧକ୍କା ଦେଇ ୧୦୦ ମିଟର ଘୋଷାଡ଼ି ନେଇଥିଲା ମୋ ବସ୍ । ଏଥିରେ ଘଟଣା ସ୍ଥଳରେ ହିଁ ମହିଳାଙ୍କ ପ୍ରାଣ ଚାଲି ଯାଇଥିଲା । ମୋ ବସ୍ ବାରମ୍ବାର ମୃତ୍ୟୁର ଦୂତ ସାଜିବା ପରେ ଟ୍ୱିନ୍ସିଟିର ପ୍ରକାଶ ପାଇଛି ଉଦ୍ବେଗ ।
ପୁଣି ମହିଳାଙ୍କୁ ଘୋଷାଡି ମାରିଲା ମୋ ବସ !
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











