The Ultimate Managed Hosting Platform
ADVERTISEMENT

ପୁଣି ମୋ ବସକୁ ଧକ୍କା ଦଲୋ ମୋ ବସ

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀରେ ପୁଣି ସିରିଜ ଦୁର୍ଘଟଣା । ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ ଯାଉଥିବା ବେଳେ ସିରିଜ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ବିଏମସି ପିଆରଓଙ୍କ ସହ କିଛି ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି ।ତେବେ ସୂଚନା ଅନୁଯାୟୀ ରାଜମହଲ ପଟୁ ଆସୁଥିବା ଏକ ମୋ ବସ ଆଗରେ ଏକ ସ୍କୁଟି ଚାଲି ଆସିବାରୁ ବସଟି ହଠାତ ବ୍ରେକ ମାରି ଥିଲା । ଫଳରେ ପଛରେ ଥିବା ଆଉ ଏକ ମୋ ବସ ଗାଡ଼ିକୁ ଧକ୍କା ଦେଇଥିଲା । ପଛରୁ ଆସୁଥିବା କିଛି କାର ନିୟନ୍ତ୍ରଣ ହରାଇ ମୋ ବସକୁ ଧକ୍କା ଦେଇଥିଲେ । ଦୁର୍ଘଟଣାରେ ଏକାଧିକ ଆହତ ହୋଇଛନ୍ତି । କ୍ୟାପିଟାଲ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି । ଏମିତିକି ସେହି ରାସ୍ତା ଦେଇ ଯିବାଆସିବା କରୁଥିବା ଲୋକକୁ ସାମାନ୍ୟ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି । ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଏବଂ ଟ୍ରାଫିକ ଅଧିକାରୀ ପହଞ୍ଚି ରାସ୍ତାରୁ ଭିଡ ହଟାଉଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login