ଭୁବନେଶ୍ୱର : ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ଆସନ୍ତା ୨୫ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ଆଜି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବିଜୁଳି, ଘଡ଼ଘଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ ।
Views: 51