ପୁରୀ : ଦାଦାର ଛୁରାମାଡରେ ପୁତୁରା ଗୁରୁତର । ବଳିଆପଣ୍ଡା ନାଲି ପଡିଆରେ ଦାଦାର ଛୁରାମାଡ । ସଙ୍କଟାପନ୍ନ ଅବସ୍ଥାରେ ପୁତୁରାକୁ ପ୍ରଥମେ ପୁରୀ ଓ ପରେ କଟକ ସ୍ଥାନାନ୍ତରିତ କରାଯାଇଛି। ଆହତ ପୁତୁରା ଜଣଙ୍କ ହେଲେ ଶିବ ବେହେରା । ତାଙ୍କ ଘର ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି।
ଶିବ ନିଜ ପରିବାର ସହ ବଳିଆପଣ୍ଡା ଥାନା ଅନ୍ତର୍ଗତ ନାଲି ପଡ଼ିଆଠାରେ ଏକ ଭଡ଼ା ଘରେ ରହୁଥିଲେ। ଶିବଙ୍କ ଦାଦା ଶଙ୍କର ବେହେରା ମଧ୍ୟ ପୁରୀରେ ରହୁଥିଲେ। ଗତକାଲି ରାତିରେ ଦାଦା ଶଙ୍କର ବେହେରା ସହ ତାର ଝଗଡା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ଦାଦା ଭୁଜାଲିରେ ଶିବଙ୍କ ପେଟକୁ ଭୂଷି ଅନ୍ତବୁଜୁଳା ବାହାର କରିଦେଇଥିଲେ। ଶିବ ଚିତ୍କାର ଶୁଣି ପରିବାର ଲୋକ ଦୌଡ଼ି ଆସିଥିଲେ। ପରେ ଶଙ୍କର ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ଏହାପରେ ପରିବାର ଲୋକେ ଶିବଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଶିବଙ୍କ ଅବସ୍ଥା ଗୁରୁତର ରହିଛି। ଏନେଇ ଶିବଙ୍କ ପରିବାର ପକ୍ଷରୁ ବଳିଆପଣ୍ଡା ଥାନାରେ ଲିଖିତ ଅଭିଯୋଗ ହୋଇଛି। ପୋଲିସ ଶଙ୍କରକୁ ଅଟକ ରଖି ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି।
ପୁତୁରାକୁ ଦାଦାର ଛୁରାମାଡ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...