ଭୁବନେଶ୍ୱର : ଚଳିତ ମାସରେ ପୁନର୍ଗଠନ ହେବ ସ୍ୱୟଂ ସହାୟକ ଗୋଷ୍ଠୀ । ଜିପିଏଲଏଫ, ସିପିଏଲ, ବିଏଲଏଫଙ୍କୁ ଜିଲ୍ଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ । ଏ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ପୂର୍ବ ସରକାରରେ ବହୁ ମହିଳା ଏସଏଚିଜିରୁ ବଞ୍ଚିତ ହୋଇଛନ୍ତି । ଏବେ ରାଜ୍ୟ ସରକାରଙ୍କ ମିଶନ ଶକ୍ତି ସବୁ ଘରକୁ ଯୋଡିବାକୁ ଆରମ୍ଭ କରିଛନ୍ତି । ପୂର୍ବରୁ ରାଜନୈତିକ ଉଦେ୍ଦଶ୍ୟ ରଖି ଲୋକଙ୍କୁ ଗ୍ରୁପ ସହ ଯୋଡିଥିଲେ । ଏବେ ସମସ୍ତଙ୍କୁ ଜିପିଏଲ ନିର୍ବାଚନରେ ଭାଗ ନେବାକୁ ସୁଯୋଗ ମିଳିବ । ପୂର୍ବରୁ ଯେଉଁ ମାନେ ସଭାପତି ଓ ସମ୍ପାଦକ ଅଛନ୍ତି ବାହାର କରି ନୂଆ ହେବେ । ତୃଣମୂଳ ସ୍ତରରେ ନେତୃତ୍ୱ ସୃଷ୍ଟି କରିବାକୁ ଚେଷ୍ଟା ହେବ । ଏହା ପର ମାସରେ ଜିପିଏଲଫ ଓ ସିଏଲଫ, ବିଏଲଏଫଙ୍କୁ ଜିଲ୍ଲା ସ୍ତର ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ଯେଉଁମାନେ ୨ ଥର୪ ବର୍ଷରୁ ଅଧିକ ରହି ସାରିଛନ୍ତି । ସେମାନେ ଆଉ ରହି ପାରିବେନି। ପୂର୍ବ ସରକାର ସେମାନଙ୍କ ଭୋଟ ପାଇଁ ରାଜନୈତିକ ଉଦେଶ୍ୟ ରଖି ତିଆରି କରାଯାଇଥିଲା । ସେଥିପାଇଁ ରାଜ୍ୟରେ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ରେଜିଷ୍ଟ୍ରେସନ ନାହିଁ । ବିନା ରେଜିଷ୍ଟ୍ରେସନରେ କୋଟି କୋଟି ଟଙ୍କା ଦିଆଯାଇଛି । ରେଜିଷ୍ଟ୍ରେସନ ନ ଥିବାରୁ ଅଡ଼ିଟ ନାହିଁ । କିନ୍ତୁ ଏବେ ମହିଳାଙ୍କ ବିକାଶ ପାଇଁ କାମ କରିବେ ନୂଆ ସରକାର। ପାତର ଅନ୍ତର ହେବ ନାହିଁ ।
ପୁନର୍ଗଠନ ହେବ ଏସଏଚଜି ; ଜିପିଏଲଏଫ, ସିପିଏଲ, ବିଏଲଏଫଙ୍କୁ ଜିଲ୍ଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି : ପ୍ରଭାତୀ ପରିଡା

Facebook
Twitter
LinkedIn
Facebook
Twitter
LinkedIn
Recent News
ହରିୟାଣା ଡିଜିପିଙ୍କୁ ଛୁଟିରେ ପଠାଗଲା
ହରିୟାଣା : ଆଇପିଏସ ୱାଇ ପୁରନ କୁମାର ଆତ୍ମହତ୍ୟା ମାମଲା । ହରିୟାଣା ଡିଜିପିଙ୍କୁ ଛୁଟିରେ ପଠାଗଲା । ହରିୟାଣା ଡିଜିପି ଶତ୍ରୁଜିତ କପୁରଙ୍କୁ ଛୁଟିରୋ ପଠାଇଲେ...
ଚନ୍ଦକା ଥାନାରୁ ଅଭିଯୁକ୍ତ ଚମ୍ପଟ
ଭୁବନେଶ୍ୱର : ପୁଣି କମିଶନରେଟ ପୋଲିସର ଢିଲା ସୁରକ୍ଷା ପଦାରେ ପଡିଲା । କନଷ୍ଟେବଳଙ୍କୁ ଧକ୍କା ଦେଇ ମୋବାଇଲ ଚୋରି ଅଭିଯୁକ୍ତ ଥାନାରୁ ଚମ୍ପଟ । ଚନ୍ଦକା...
ଲାଲ ବାହିନୀର ବିସ୍ଫୋରଣ ଯୋଜନା ପଣ୍ଡ
ବିଜାପୁର : ଭୁଶୁଡୁଛି ଲାଲଗଡ । ମିଳିତ ଅପରେସନ ବେଳେ ଛତିଶଗଡ଼ ବିଜାପୁର ଅଞ୍ଚଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ । ବଡ ଧରଣର ବିସ୍ପୋରଣ...
ଔଷଧୀୟ ଗୁଣରେ ଭରପୁର ରସୁଣ ; କ୍ୟାନ୍ସର ହେବାର ସମ୍ଭାବନାକୁ କମାଇଥାଏ !
ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...