The Ultimate Managed Hosting Platform
ADVERTISEMENT

ପୁରୀରେ ମହାମହିମ ରାଷ୍ଟ୍ରପତି , ଗର୍ଭ ଗୃହରେ କଲେ ଜଗା ଦର୍ଶନ

Facebook
Twitter
LinkedIn

ପୁରୀ :ପୁରୀ ଯାଇ ଜଗା ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ବଡଦାଣ୍ଡରୁ ଚାଲି ଚାଲି ଯାଇ ଜଗା ଦର୍ଶନ କରିଥିଲେ । ଶ୍ରୀଜିଉଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି । ରାଜ୍ୟ ଓ ଦେଶର ମଙ୍ଗଳ କାମନା ପାଇଁ ପ୍ରାର୍ଥନା କରିଛନ୍ତି ରାଷ୍ଟ୍ରପତି । ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ଅଛନ୍ତି। ଏଥିପାଇଁ ଶ୍ରୀମନ୍ଦିରରେ ସକାଳ ସାଢ଼େ ୮ଟରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି । ତେବେ ରାଷ୍ଟ୍ରପତିଙ୍କ ଦର୍ଶନ ପରେ ହେବ ସର୍ବସାଧାରଣ ଦର୍ଶନ । ଅନ୍ୟପଟେ ମହାପ୍ରଭୁଙ୍କ ଦର୍ଶନ ପରେ ରାଷ୍ଟ୍ରପତି ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ କାର୍ୟ୍ୟକ୍ରମରେ ଯୋଗଦେବେ । ଅପରାହ୍ଣରେ ନୌସେନାର ପରାକ୍ରମ ଦେଖିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login