ପୁରୀ : ପୁରୀ ଅଘଟଣରେ ମୃତ ଶ୍ରଦ୍ଧାଳୁଙ୍କ ପରିବାର ଲୋକଙ୍କୁ ୨୫ ଲକ୍ଷ ସହାୟତା ରାଶି ଘୋଷଣା । ସହାୟତା ରାଶି ଘୋଷଣା କଲା ରାଜ୍ୟ ସରକାର । ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।ପୁରୀର ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ବେଳେ ଆଜି ଭୋର୍ରୁ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ଏହା ସହିତ ପୁରୀ ଜିଲ୍ଲାପାଳ ସିର୍ଦ୍ଧାର୍ଥ ସ୍ବାଇଁ ଓ ଏସ୍ପି ବିନିତ ଅଗ୍ରୱାଲଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବାବେଳେ ନୂତନ ଏସ୍ ପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି। ସେହିପରି ବରିଷ୍ଠ ଆଇଏଏସ୍ ଅଧିକାରୀ ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ବ ଦିଆଯାଇଛି।
ପୁରୀ ଅଘଟଣ ; ୨୫ ଲକ୍ଷ ଲେଖାଏଁ ସହାୟତା

Facebook
Twitter
LinkedIn
Facebook
Twitter
LinkedIn
Recent News
ଶାଶ୍ୱତ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ
ଭୁବନେଶ୍ୱର : ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡକୋ ଅଧ୍ୟକ୍ଷ ଭାବେ ମଧ୍ୟ...
ଜନ୍ମବେଦୀକୁ ଯିବେ ଶ୍ରୀଜିଉ
ପୁରୀ : ଆଉ କିଛି ସମୟ ପରେ ଶ୍ରୀଜିଉଙ୍କ ଆଡପ ମଣ୍ଡପ ବିଜେ । ଅଡପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂରତି । ଗୋଟି ପହଣ୍ଡିରେ ଜନ୍ମବେଦୀକୁ...
ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ
ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...
ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ
ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...