ପୁରୀ : ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି ଅସୁସ୍ଥ । ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ । ଏବେ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ଦେଲେ ମହେଶ୍ୱରଙ୍କ ପୁଅ । ମହେଶ୍ୱର ଆଇସିୟୁରେ ଅଛନ୍ତି , ଭେଣ୍ଟିଲେଟର ଲାଗିନି କହିଲେ ପୁଅ ସୁନୀଲ । ଅକ୍ସିଜେନ ପାଇପ ଲାଗିଥିବାରୁ କଥାବାର୍ତ୍ତା କରିପାରୁ ନାହାନ୍ତି । ଜଗନ୍ନାଥଙ୍କ ଆର୍ଶୀବାଦ ରହିଛି ଲୋକଙ୍କ ଭଲ ପାଇବା ରହିଛି ବାପାଙ୍କ ଦେହ ଭଲ ହୋଇଯିବ ବୋଲି ପୁଅ ସୁନୀଲ ମହାନ୍ତି କହିଛନ୍ତି।
ଅକ୍ଟୋବର ୩୧ ତାରିଖ ସନ୍ଧ୍ୟା ସମୟରେ ପୁରୀ ସହରରେ ବିଭିନ୍ନ ଅଞ୍ଚଳରେ ଗଜ ଲକ୍ଷ୍ମୀ ପୂଜା କମିଟି ଭ୍ରମଣ କରୁଥଲେ ପୁରୀର ପୂର୍ବତନ ବିଧାୟକ, ମନ୍ତ୍ରୀ ତଥା ବାଚସ୍ପତି ମହେଶ୍ବର ମହାନ୍ତି । ସେହି ସମୟରେ ସାମାନ୍ୟ ଅସୁସ୍ଥତା ଅନୁଭବ କରିଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସଙ୍ଗେ ସଙ୍ଗେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ଏହାପରେ ତାଙ୍କର ଷ୍ଟ୍ରୋକ ହୋଇଥିଲା । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ଥିବା ସୂଚନା ମିଳିଛି। ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ଦଳୀୟ କର୍ମୀ ।
ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











