The Ultimate Managed Hosting Platform
ADVERTISEMENT

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Facebook
Twitter
LinkedIn

ଭୁବନେଶ୍ୱର : ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜଣେ ଲୋକପ୍ରିୟ ଜନନେତା ଭାବେ ସୁନାମ ଅର୍ଜନ କରିଥିଲେ। ଜଣେ ଦକ୍ଷ ସଙ୍ଗଠକ ଭାବେ ସେ ସୁନାମ ଅର୍ଜନ କରିଥିଲେ। ରାଜ୍ୟର ବିକାଶରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ବିଶେଷକରି ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ଅମର କରି ରଖିବ । ବାଚସ୍ପତି ଭାବରେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ନିଜର ଅବଦାନ ରଖି ଯାଇଛନ୍ତି । ତାଙ୍କ ବିୟୋଗ ଓଡିଶା ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି। ଶଙ୍ଖ ଭବନରେ ଶେଷ ଦର୍ଶନ କରିବେ ନବୀନ ପଟ୍ଟନାୟକ । ଏହାପରେ ପୁରୀ ସ୍ୱର୍ଗଦ୍ୱାରରେ ହେବ ତାଙ୍କ ଶେଷକୃତ୍ୟ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login