The Ultimate Managed Hosting Platform
ADVERTISEMENT

ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣ ଘଟଣାରେ ୪ ଗିରଫ

Facebook
Twitter
LinkedIn

ଯାଜପୁର ; ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣ ଘଟଣାରେ ୪ ଗିରଫ । ଆରୁହା ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆକ୍ରମଣ କରିଥିଲେ ଦୁର୍ବୃତ୍ତ । ମା’ ହିଙ୍ଗୁଳା ଯଜ୍ଞରେ ଯୋଗଦେବା ପାଇଁ ଯିବାବେଳେ ଏହି ଘଟଣା ଦେଖିବାକୁ ମିଳିଥିଲା । ଏହି ଘଟଣାରେ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଧର୍ମଶାଳା ପୋଲିସ ।ସୂଚନା ଅନୁସାରେ ୧୩ତାରିଖ ଦିନ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ଧର୍ମଶାଳା ବ୍ଲକର ଆରୁହା ଗ୍ରାମରେ ହେଉଥିବା ହିଙ୍ଗୁଳା ଯଜ୍ଞକୁ ମା’ଙ୍କ ଦର୍ଶନ କରିବାକୁ ନିଜର ସମର୍ଥକ ମାନଙ୍କ ସହ ଯାଉଥିଲେ । କିନ୍ତୁ ଯଜ୍ଞକୁ ଯିବା ପୂର୍ବରୁ କିଛି ଲୋକ ଠେଙ୍ଗା ବାଡି ଧରି ପ୍ରଣବଙ୍କୁ ଅଟକାଇବା ସହ ତାଙ୍କ ଗାଡ଼ି ଉପରକୁ ଆକ୍ରମଣ କରିଥିଲେ । ଫଳରେ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ଦେଖିବାକୁ ମିଳିଥିଲା । ତେବେ ପ୍ରଣବଙ୍କୁ ଅଟକାଇବାକୁ ଆସିଥିବା କିଛି ବ୍ୟକ୍ତି ଠେଙ୍ଗାରେ ପ୍ରଣବଙ୍କ ଗାଡିକୁ ପିଟିବା ଫଳରେ ତାଙ୍କ ଗାଡିର ବନେଟ୍ ଚେପା ହୋଇଯାଇଥିଲା । ପୂର୍ବତନ ବିଧାୟକଙ୍କ ସମର୍ଥକ ମାନେ ମଧ୍ୟ ଆହତ ହୋଇଥିଲେ । ଘଟଣାସ୍ଥଳରେ ଜେନାପୁର ପୋଲିସ ପହଞ୍ଚିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login