The Ultimate Managed Hosting Platform
ADVERTISEMENT

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷରେ ଶହେ ହତ୍ୟା

Facebook
Twitter
LinkedIn

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷ ମଧ୍ୟରେ ଶହେ ହତ୍ୟା । ଏ ନେଇ ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହତ୍ୟା ଘଟଣାରେ ମୋଟ୍ ୩୨୮ ଜଣ ହତ୍ୟାକାରୀଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଧରାଯାଇଛି ଏବଂ କୋର୍ଟ ହାଜତକୁ ପଠାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହୁରି କହିଛନ୍ତି, ମୋଟ୍ ଶହେଟି ମାମଲା ମଧ୍ୟରୁ ୨ ଗୋଟି ମାମଲାରେ ଦୋଷୀମାନଙ୍କୁ ଦଣ୍ଡିତ କରାଯାଇଛି। ୨୨ଗୋଟି ମାମଲା ଦୋଷମୁକ୍ତ ହୋଇଛି ଏବଂ ୬୯ଟି ମାମଲା ବିଚାରାଧୀନ ଅଛି। ସେହିପରି ପରି ଗଞ୍ଜାମ ଜିଲ୍ଲାରେ ଅପରାଧୀଙ୍କୁ ଧରିବା ସମୟରେ ପୁଲିସ ଉପରକୁ ୩୭ ଟି ମାମଲାରେ ଅପରାଧୀ ଚଳାଇଛନ୍ତି ଗୁଳି। ଅପରାଧୀଙ୍କ ଗୁଳି ଚାଳନା ସମୟରେ ୬୩ ଜଣ ପୁଲିସ ଅଧିକାରୀ ଆହତ ହୋଇଥିଲେ। ଗଞ୍ଜାମ ଜିଲ୍ଲାରେ ୩୭ ଟି ମାମଲାରେ ୪୧ ଜଣ ଅପରାଧୀଙ୍କୁ ଏନକାଉଣ୍ଟର କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login