ଭୁବନେଶ୍ବର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ମୁଖ୍ୟଯନ୍ତ୍ରୀ ଗିରଫ । ଆର ଆଣ୍ଡ ବି ବିଭାଗର ତାରା ପ୍ରସାଦ ମିଶ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଭିଜିଲାନ୍ସ ଚଢ଼ଉ ବେଳେ ରାସ୍ତା ଓ କୋଠାବାଡ଼ିର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ସମ୍ପତ୍ତି ଦେଖି ଅଧିକାରୀ ତାଜୁବ୍ ହୋଇଛନ୍ତି। ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଭୁବନେଶ୍ବରଙ୍କ ନିର୍ଦ୍ଦେଶ କ୍ରମେ ଭିଜିଲାନ୍ସର ୯ଟି ଟିମ୍ ଗତକାଲି ଶ୍ରୀ ମିଶ୍ରଙ୍କ ଭୁବନେଶ୍ବର ନୂଆପଲ୍ଲୀସ୍ଥିତ ଆବାସିକ ଘର, କଟକ ଆଠଗଡ଼ସ୍ଥିତ ପୈତୃକ ଘର ଆଦି ୯ଟି ସ୍ଥାନରେ ଚଢ଼ଉ କରି ୨୦ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରିଥିଲେ।
Views: 77











